September 28, 2026

ସଡ଼କ ସୁରକ୍ଷା ସପ୍ତାହ ଉପଲକ୍ଷେ ଗଜପତି ଜିଲ୍ଲାରେ ସଚେତନତା ରଥର ଶୁଭାରମ୍ଭ…

hgfhyf
Share

 

ପାରଳାଖେମୁଣ୍ଡି, ଜାନୁୟାରୀ ୦୧ ତାରିଖ ଠାରୁ ୮ ତାରିଖ ପର୍ଯ୍ୟନ୍ତ ସଡ଼କ ସୁରକ୍ଷା ସଚେତନତା ସପ୍ତାହ ପାଳିତ ହେଉଛି। ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସଡ଼କ ସୁରକ୍ଷା ସଚେତନତା ରଥ କୁ ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ସବୁଜ ପତାକା ଦେଖାଇ ରଥକୁ ଶୁଭାରମ୍ଭ କରିଛନ୍ତି । ଏହି ରଥ ଜିଲ୍ଲାର ପ୍ରତ୍ୟେକ ସ୍ଥାନରେ ଏହି ସଚେତନତା ରଥ ଜନସାଧରଙ୍କ ନିକଟକୁ ପହଞ୍ଚିବା ସହିତ ସମସ୍ତଙ୍କୁ ସଚେତନତା କରାଯିବ ଏହା ସହିତ ଜାତୀୟ ସଡକ ସୁରକ୍ଷା ଚଳଚ୍ଚିତ୍ର ସମ୍ପୃକ୍ତ ଜିଲ୍ଲାର ସମସ୍ତ ବ୍ଲକ ଓ ଗ୍ରାମରେ ପ୍ରଦର୍ଶିତ ହେବ। ମୁଖ୍ୟତଃ ହେଲମେଟ ବ୍ୟବହାର କରିବା, ଦ୍ରୁତ ବେଗରେ ଗାଡ଼ି ଚଳାଇବା ନାହିଁ, ଟ୍ରାଫିକ ନିୟମ ପଳାନ କରିବା, ସିଟ ବେଲ୍ଟ ବ୍ୟବହାର କରିବା, ମଦ୍ୟପାନ କରି ଗାଡ଼ି ଚଳାଇବା ନାହିଁ, ଗାଡ଼ି ଚଳାଇବା ବେଳେ ମୋବାଇଲରେ କଥା ହେବା ନାହିଁ ଏହି ପରି ଅନେକ ସଚେତନତା ବାର୍ତ୍ତା ପ୍ରଦାନ କରାଯିବ।
ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସ ଓ ଶ୍ରୀଯୁକ୍ତ ରାଜେନ୍ଦ୍ର ମିଞ୍ଜ, ଜିଲ୍ଲା ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀଯୁକ୍ତ ଶାନ୍ତନୁ କୁମାର ପରିଡ଼ା, ତୁଷାର ହେମ୍ବ୍ରମ ସମେତ ବିଭାଗୀୟ କର୍ମଚାରୀ ଗଣ ଉପସ୍ଥିତ ଥିଲେ।