March 12, 2026

 ବେଲଗୁଣ୍ଠା ବ୍ଳକ୍ ର ତିନି ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ…

rambh
Share

 

ବେଲଗୁଣ୍ଠା,01/05,ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନସ୍ଥ ରତଙ୍ଗ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରାମକୃଷ୍ଣ ସାହୁ,ବିଦ୍ୟୁତ୍ ନଗର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସଲିଳବାଳା ପତି ଏବଂ କାଳିଆଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବିପିନ ବିହାରୀ ପ୍ରଧାନ ମଙ୍ଗଳବାର ସରକାରୀ ଚାକିରୀରୁ ଅବସର ଗ୍ରହଣ କରିଥିବା ବେଳେ ବୁଧବାର ବ୍ଳକ୍ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ତରଫରୁ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଅବସରପ୍ରାପ୍ତ ତିନି ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି I ଏହି ଅବସରରେ ପ୍ରାଥମିକ ଶିକ୍ଷକ ସଂଘ ସଭାପତି ବସନ୍ତ କୁମାର ଜେନାଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟ ଅତିଥି ରୂପେ ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରସନ୍ନ କୁମାର ବେହେରା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ରୂପେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଗୋବିନ୍ଦ ଚନ୍ଦ୍ର ପାଢୀ,ପ୍ରତିଭା କୁମାରୀ ରଥ,ବରିଷ୍ଠ କିରାଣୀ କମଳ ଲୋଚନ ଦୋରା, ଶରତଚନ୍ଦ୍ର ରଥ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ତଥା ପ୍ରାଥମିକ ଶିକ୍ଷକସଂଘ ସମ୍ପାଦକ ବାଳକୃଷ୍ଣ ସାବତ,ବରିଷ୍ଠ ଶିକ୍ଷକ ସନ୍ତୋଷ କୁମାର ପଟ୍ଟନାୟକ, ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ସଭାପତି ମୃତ୍ୟୁଞ୍ଜୟ ପଣ୍ଡା ପ୍ରମୁଖ ମଞ୍ଚାସୀନ ରହି ଅବସରପ୍ରାପ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ମାନପତ୍ର, ଉପଢ଼ୌକନ ଏବଂ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିଲେ I ବରିଷ୍ଠ ଶିକ୍ଷକ ବଲ୍ଲଭ ପଣ୍ଡା, ସୁନୀଲ୍ ପାତ୍ର, ସୁବ୍ରତ ପାତ୍ର, ରମେଶ୍ ପାତ୍ର, ସୂର୍ଯ୍ୟକାନ୍ତ ପଟ୍ଟନାୟକ,ଆଶୋକ ବେହେରା, ଗୌରଚନ୍ଦ୍ର ପରିଡ଼ା,ଶଙ୍କର ନାରାୟଣ ସେଠୀ, ରମେଶ ଚନ୍ଦ୍ର ପାଣିଗ୍ରାହୀ ଏବଂ ସମସ୍ତ ସିଆରସିସି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ I ଏହି ଅବସରରେ ସମ୍ପୃକ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ପେନସନ୍ ସମ୍ଵନ୍ଧୀୟ କାଗଜପତ୍ର ପ୍ରଦାନ କରଯାଇଥିଲା I ଶିକ୍ଷକ ମୃତ୍ୟୁଞ୍ଜୟ ପଣ୍ଡା ଧନ୍ୟବାଦ ଜ୍ଞାପନ କରିଥିଲେ I

( ଵେଲଗୁଣ୍ଟା, ରିପୋର୍ଟ ପଞ୍ଚାନନ, ସାହୁ)

You may have missed