March 12, 2026

ଝିଲିମିଣ୍ଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକକଂ ଅବସରକାଳୀନ ବିଦାୟ ସମ୍ବର୍ଦ୍ଦନା ସଭା

IMG-20250701-WA0136
Share

 

 

ଅତାବିରା ବ୍ଲକ ଅଧିନ ଝିଲିମିଣ୍ଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ମଧୁସୂଦନ ନାଏକ ଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠତ ହୋଇଥିଲା । ବିଦ୍ୟାଳୟ ପରିଚାଳନା କମିଟି ର ଚେୟାରମେନ ରମେଶ ଚନ୍ଦ୍ର ବଢେଇ ଙ୍କ ସଭାପତିତ୍ବରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ରୂପେ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ବରଗଡ଼ ର ପୂର୍ବତନ ଅଧ୍ୟକ୍ଷ ଶ୍ରୀଯୁକ୍ତ ଅକ୍ଷୟ କୁମାର ବାରିକ, ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶିଶିର କୁମାର ଭୋଇ, ସ୍ଥାନୀୟ ବିଦ୍ୟାଳୟର ପ୍ରଧାନଶିକ୍ଷକ ସାରଦା ପ୍ରସାଦ ନାୟକ, ସି.ଆର.ସି.ସି. ଧରମ ନାଏକ ମଞ୍ଚାସିନ ଥିଲେ । ଶିକ୍ଷକ ଧରମରାଜ ପ୍ରଧାନ ଏବଂ ବିରେନ୍ଦ୍ର କୁମାର ଭୋଇ ମଞ୍ଚ ପରିଚାଳନାରେ ସହଯୋଗ କରିଥିଲେ । ଏହି ଅବସରରେ ବିଦାୟୀ ପ୍ରଧାନ ଶିକ୍ଷକ ଙ୍କୁ ଉପଢୌକନ,ମାନପତ୍ର ଏବଂ ଉପହାର ଦେଇ ସମ୍ବର୍ଦ୍ଧନା ଦିଆଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ସଂଯୁକ୍ତ ସେଠ୍, ପି.ଏସ୍. ଭାନୁ ଲକ୍ଷ୍ମୀ, ଶିକ୍ଷକ ସୁରଜ ସୁନା ଏବଂ ବିଦ୍ୟାଳୟ ପରିଚାଳନା କମିଟି ର ସଦସ୍ୟ ସଦସ୍ୟା ସହଯୋଗ କରିଥିଲେ । ଶିକ୍ଷୟିତ୍ରୀ ଚନ୍ଦ୍ରମା ଦେହେରି ଧନ୍ୟବାଦ୍ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ କ୍ଲଷ୍ଟର ର ବିଭିନ୍ନ ବିଦ୍ୟାଳୟର ପ୍ରଧାନଶିକ୍ଷକ,ସହକାରୀ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗଦାନ କରିଥିଲେ ।