November 26, 2024

ଆଜି ସ୍ୱାୟତ୍ତ ଶାସନ ଦିବସ ଅବସରରେ ମାନ୍ୟବର ଶିଳ୍ପମନ୍ତ୍ରୀ ଶ୍ରୀଯୁକ୍ତ ସମ୍ପଦ ସ୍ଵାଇଁ ପାରାଦ୍ୱୀପ ପୌରପାଳିକା ଅନ୍ତର୍ଗତ ବିଭିନ୍ନ ୱାର୍ଡରେ କଲ୍ୟାଣ ମଣ୍ଡପ…

Share

    ଆଜି ସ୍ୱାୟତ୍ତ ଶାସନ ଦିବସ ଅବସରରେ ମାନ୍ୟବର ଶିଳ୍ପମନ୍ତ୍ରୀ ଶ୍ରୀଯୁକ୍ତ ସମ୍ପଦ ସ୍ଵାଇଁ ପାରାଦ୍ୱୀପ ପୌରପାଳିକା ଅନ୍ତର୍ଗତ ବିଭିନ୍ନ ୱାର୍ଡରେ କଲ୍ୟାଣ ମଣ୍ଡପ ସେବା କେନ୍ଦ୍ର, ଭେଣ୍ଡିଂଜୋନ ଗୃହ, ବରିଷ୍ଠ ନାଗରିକ ଓ ଶିଶୁ ମନୋରଞ୍ଜନ ପାର୍କ, ମିଶନ ଶକ୍ତି ଗୃହ, ମୁକ୍ତାକାଶ ବ୍ୟାୟାମ କେନ୍ଦ୍ର, ପୂଜାସ୍ଥଳୀର ଉନ୍ନତିକରଣ କାର୍ଯ୍ୟ, ସମୂହ ରାସ୍ତା ନିର୍ମାଣ, ଗୋଷ୍ଠୀ ଶୌଚାଳୟ ଓ ଗୋଶାଳା, ଜଳ ନିଷ୍କାସନ କଲଭର୍ଟ ଏବଂ ବେଳାଭୂମି ସୌନ୍ଦର୍ଯ୍ୟକରଣ ଭଳି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି l

 

ପାରାଦ୍ୱୀପ ପୌରପାଳିକା ଅଞ୍ଚଳରେ ବସବାସ କରୁଥିବା ଜନସାଧାରଣଙ୍କୁ ମୌଳିକ ସୁବିଧା ଯୋଗାଇଦେବା ସହ ସେମାନଙ୍କର ସମସ୍ୟା ଦୂରୀକରଣ କରି ଏକ ସୁସ୍ଥ ବାସୋପଯୋଗୀ ପରିବେଶ ଯୋଗାଇଦେବା ତଥା ବିକଶିତ ପାରାଦ୍ୱୀପ ଗଠନ କରିବା ପାଇଁ ଆମ ସରକାର ପ୍ରତିବଦ୍ଧ l

ଆଜି ସ୍ୱାୟତ୍ତ ଶାସନ ଦିବସ ଅବସରରେ ପାରାଦ୍ୱୀପସ୍ଥିତ ଜୟଦେବ ସଦନ ଠାରେ ପାରାଦ୍ୱୀପ ପୌରପାଳିକା ପକ୍ଷରୁ ପାଳିତ ହେଉଥିବା “ସ୍ୱାୟତ୍ତ ଶାସନ ଦିବସ – ୨୦୨୪” ସମାରୋହରେ ମାନ୍ୟବର ସାଂସଦ ଶ୍ରୀ ବିଭୁ ପ୍ରସାଦ ତରାଇଙ୍କ ସହ ମାନ୍ୟବର ଶିଳ୍ପମନ୍ତ୍ରୀ ଶ୍ରୀ ସମ୍ପଦ ସ୍ଵାଇଁ ସାମିଲ ହୋଇଥିଲେ l
ଏହି ଅବସରରେ ବିଶିଷ୍ଟ କଣ୍ଠଶିଳ୍ପୀ, ଲେଖିକା, ସମାଜସେବୀ ଏବଂ ସ୍କୁଲକଲେଜ ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନଙ୍କୁ ସମ୍ମାନିତ କରାଯିବା ସହ ବିଭିନ୍ନ ଶିଳ୍ପାନୁଷ୍ଠାନର କତ୍ତୃପକ୍ଷଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା l ବିଦ୍ୟାଳୟର କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରିବା ସହ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ l

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.