November 26, 2024

ଉମରକୋଟ ଅନ୍ତର୍ଗତ ବୋକଦା ପଞ୍ଚାୟତ ରେ ବେକରେ ଶାଢ଼ୀ ବାନ୍ଧି ଯୁବକ ଙ୍କ ଆତ୍ମହତ୍ୟା……….

Share

 

ଉମରକୋଟ:-(ଏମ୍.ଦିନା°ଶୁ ଆଚାରୀ) ବେକରେ ଶାଢ଼ୀ ବାନ୍ଧି ଘର ଭିତରେ ଲୁହା ପାଇପରେ ଝୁଲି ପଡ଼ିଲେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲ୍ଲା ଉମରକୋଟ ଥାନା ଅଧୀନରେ। ମୃତ ଯୁବକ ଜଣକ ହେଲେ ଉମରକୋଟ ବ୍ଲକ ବକୋଦା ପଞ୍ଚାୟତ ଅଧୀନରେ ଥିବା ଚନ୍ଦ୍ରପୁରିର ଢେପଗୁଡା ଗ୍ରାମରେ କମଳେଶ ଲହରା (୨୫)। ଏନେଇ ପରିବାର ଲୋକଙ୍କ ପକ୍ଷରୁ ଉମରକୋଟ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ମିଳିଥିବା ସୂଚନା ଅନୁସାରେ କମଳେଶ ଗତକାଲି ଅପରାହ୍ନ ସାଢେ ତିନି ଟା ସମୟରେ ଘରେ କେହି ନଥିବାର ସୁଯୋଗ ନେଇ ଏହି କାଣ୍ଡ ଘଟାଇଥିଲେ। ପରିବାର ଲୋକେ ସଠିକ ସମୟରେ ଘରେ ପହଞ୍ଚି କମଳେଶ ଜୀବିତ ଅବସ୍ଥାରେ ଝୁଲୁଥିବା ଦେଖି ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ପ୍ରଥମେ ପୂଜାରୀ ଗୁଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। କିନ୍ତୁ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସଂଧ୍ୟା ପାଞ୍ଚ ଘଣ୍ଟା ସମୟରେ ଡାକ୍ତର ମୃତ ଘୋଷଣା କରିଥିଲେ। ଶବ ବ୍ୟବଚ୍ଛେଦ ପାଇଁ ଉମରକୋଟ ଉପଖଣ୍ଡ ସ୍ବାସ୍ଥ୍ୟ କେନ୍ଦ୍ର କୁ ପଠାଇଥିଲେ। ଗତକାଲି ସଂଧ୍ୟା ହୋଇଯିବାରୁ ଶବ ବ୍ୟବଚ୍ଛେଦ ହୋଇପାରିନାହିଁ । ଆଜି ଶବ ବ୍ୟବଚ୍ଛେଦ କରାଯାଇଥିଲା।ଏନେଇ ପରିବାର ଲୋକଙ୍କ ପକ୍ଷରୁ ଉମରକୋଟ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ କୁ ଭିତ୍ତି କରି ପୋଲିସ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରିବା ସହ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲେ। ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛନ୍ତି। ତଦନ୍ତ ଭାର ଏସଆଇ ପ୍ରକାଶ ମିଶ୍ର ସମ୍ଭାଳିଛନ୍ତି।

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.