November 26, 2024

ମିଶନ ଶକ୍ତି ବଜାର ନିର୍ମାଣ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପିତ

Share

 

ବରଗଡ଼ : ୦୧.୦୯.(ଜୟନ୍ତ କୁମାର ସେଠ)ଆଜି ସ୍ଥାନୀୟ ବିଧାୟକ ଶ୍ରୀଯୁକ୍ତ ଅଶ୍ୱିନୀ କୁମାର ଷଡଙ୍ଗୀଙ୍କ କରକମଳରେ ମାର୍କେଟ୍ ୟାର୍ଡ ସ୍ଥିତ ଗୋରୁ ମାର୍କେଟ ପରିସରରେ ନିର୍ମାଣ ହେବାକୁ ଥିବା ମିଶନ ଶକ୍ତି ବଜାରର ଶୁଭ ଭିତ୍ତି ପ୍ରସ୍ତର ସ୍ଥାପିତ ହୋଇଛି । ୨କୋଟି ୧୫ ଲକ୍ଷ ଅଟକଳ ମୂଲ୍ୟରେ ନିର୍ମାଣ ହେବାକୁ ଥିବା ଏହି ମିଶନ ଶକ୍ତି ବଜାରରେ ସର୍ବମୋଟ ୧୬ ଗୋଟି ଷ୍ଟଲ ଏବଂ ଗୋଟିଏ ଭୋଜନାଳୟ ନିର୍ମାଣହେବ ।

କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ର ଅଦିତ୍ୟ ଗୋୟଲ ଏବଂ ବରଗଡ ପୌରାଧ୍ୟକ୍ଷା ଶ୍ରମତୀ କଳ୍ପନା ମାଝୀ, ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ଶ୍ରୀ ଅରୁଣ ପାଣ୍ଡେଙ୍କ ସମେତ ସ୍ଥାନୀୟ ଲୋକ ପ୍ରତିନିଧି ଏବଂ ବିଜେପି କର୍ମକର୍ତ୍ତା ଉପସ୍ଥିତ ଥିଲେ ।

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.