November 26, 2024

କଂସର ଠାରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ l 

Share

 

ପଦ୍ମପୁର : (ଜୟନ୍ତ କୁମାର ସେଠ) ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅଧିନସ୍ଥ କଂସର ରୁ ବିରିପାଲି ଗାଁ ପର୍ଯନ୍ତ 5 କିମି ରାସ୍ତାର ଉଭୟ ପାର୍ଶ୍ୱରେ MGNREGA ଯୋଜନାରେ 1500 ବିଭିନ୍ନ ପ୍ରକାର ବୃକ୍ଷ ରୋପଣ କରାଯାଇଥିଲା l ପଦ୍ମପୁର ବନଖଣ୍ଡ ଅଧିକାରୀ ଶ୍ରୀ ସୁଦାମ ଜଗଦଲା ଙ୍କ ନେତୃତ୍ୱରେ ଏବଂ ଗାଇସିଲେଟ ଫରେଷ୍ଟର ଶ୍ରୀ ଅଶ୍ୱନୀ କୁମାର ଭୋଇ ଙ୍କ ତତ୍ୱବଧାନ ରେ ଏହି ବୃକ୍ଷ ରୋପଣ କରାଯାଇଥିବା ବେଳେ କଂସର ଗ୍ରାମ ପଞ୍ଚାୟତ ର ସରପଞ୍ଚ ଶ୍ରୀ ଆନନ୍ଦ କୁମାର ବେହେରା ମୁଖ ଅତିଥି ଭାବରେ ଯୋଗଦାନ କରିଥିଲେ l ସମସ୍ତେ ନିଜ ନିଜ କରକମଳ ରେ କିଛି ବୃକ୍ଷ ରୋପଣ କରିଥିବା ସହ ଶ୍ରୀ ବେହେରା ଉପସ୍ଥିତ ବ୍ୟକ୍ତି ଵିଶେଷ ଙ୍କୁ ବୃକ୍ଷ ର ଉପକାରିତା ଉପରେ ବୁଝାଇଥିଲେ l ପରିବେଶ ସୁରକ୍ଷା ପାଇଁ ଲୋକ ମାନଙ୍କ ଗୁରୁତ୍ୱପୂର୍ଣ୍ଣ ଦାଇତ୍ୱ ରହିଛି ଏଣୁ ଆମେ ସଚେତନ ନାଗରିକ ହିସାବରେ ଆମ୍ଭେ ସମସ୍ତେ ବୃକ୍ଷ ରୋପଣ କରିବାର ଆବଶ୍ୟକତା ରହିଛି ବୋଲି ମତ ପ୍ରକାଶ କରିଥିଲେ lକାର୍ଯ୍ୟକ୍ରମ ରେ ଉପସ୍ଥିତ ଥିବା ସମସ୍ତ ଜନ ସାଧାରଣ ଙ୍କୁ ଉତ୍ସାହିତ କରିଥିଲେ l ଇନ୍ଦ୍ରଜିତ କୁମ୍ଭାର ଓ ଧନିରାମ ବରିହା ସହଯୋଗ କରିଥିଲେ l ଶେଷରେ “ଗଛ ଲଗାଅ ପରିବେଶ ବଞ୍ଚାଅ ” ସ୍ଲୋଗାନ ଦିଆଯାଇଥିଲା l

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.