April 28, 2026

ଗଜପତି:- ଜିଲ୍ଲାସ୍ତରୀୟ ଲୋକନୃତ୍ୟ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ।

IMG-20241001-WA0048
Share

 

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ଜିଲ୍ଲାସ୍ତରୀୟ ଲୋକନୃତ୍ୟ ପ୍ରତିଯୋଗିତା କାର୍ଯ୍ୟକ୍ରମ ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଜିଲ୍ଲା ଶିକ୍ଷାଧିକାରୀ ଡ଼ଃ ମାୟାଧର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି ।

ଏହି କାର୍ଯ୍ୟକ୍ରମରେ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ମୋନାଲିସା ଦାସଙ୍କ ସଭାପତିତ୍ବରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷାଧିକାରୀ ଡ଼ଃ ମାୟାଧର ସାହୁ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ପ୍ରାକ୍ତନ ଜିଲ୍ଲା ବିଜ୍ଞାନ ପର୍ଯ୍ୟବେକ୍ଷକ ଶ୍ରୀ ଏ: ରବି କୁମାର ଏବଂ ବିଚାରକ ଭାବେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଦ୍ୱାରା ପୁରସ୍କୃତ ଶ୍ରୀ ଆଦର୍ଶ କୁମାର ଦାସ ଙ୍କ ସମେତ ଡି:ଆଇ:ଇ:ଟି: ପ୍ରଶିକ୍ଷଣ କେନ୍ଦ୍ରର ଅଧ୍ୟକ୍ଷ ଶ୍ରୀ ଡାକ୍ତର ମୁର୍ମୁ ଓ ଶ୍ରୀ କୃଷ୍ଣଚନ୍ଦ୍ର ସ୍ୱୟଂଶାସିତ ମହାବିଦ୍ୟାଳୟର ସଂସ୍କୃତ ଅଧ୍ୟାପିକା ଶ୍ରୀମତୀ ଡି: ପ୍ରିୟଙ୍କା ଯୋଗ ଦେଇଥିଲେ।

ଅନୁଷ୍ଠିତ ପ୍ରତିଯୋଗିତାରେ ବିଭିନ୍ନ ବିଦ୍ୟାଳୟର ନୃତ୍ୟଦଳ ଅଂଶଗ୍ରହଣ କରିଥିଲେ ।

ପ୍ରଥମ ନୃତ୍ୟଦଳ ଭାବେ ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳିକା ଉଚ୍ଚ ବିଦ୍ୟାଳୟ , ଦ୍ଵିତୀୟ ନୃତ୍ୟଦଳ ଭାବେ ଗୁମ୍ମା ବ୍ଲକ୍ ଅନ୍ତର୍ଗତ ଜୀବା ଗ୍ରାମର ସରକାରୀ ଉଚ୍ଚ ବିଦ୍ୟାଳୟ ଏବଂ ତୃତୀୟ ନୃତ୍ୟଦଳ ଭାବେ କେ:ଏମ: ଭାଲିଆସାହି ଗ୍ରାମ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ପୁରସ୍କୃତ ହୋଇଥିଲେ ।

ପ୍ରଥମ ବିବେଚିତ ହୋଇଥିବା ନୃତ୍ୟଦଳ ଚଳିତ ମାସରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟସ୍ତରୀୟ ଲୋକନୃତ୍ୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ପାଇଁ ମନୋନୀତ ହୋଇଛନ୍ତି ।

ଏହି କାର୍ଯ୍ୟକ୍ରମରେ ଶିକ୍ଷକ ଶ୍ରୀ ଏନ: ଜଗଦୀଶ ଏବଂ ଶିକ୍ଷୟତ୍ରୀ ଶ୍ରୀମତୀ ସୁଲତା ଶୁଭଦର୍ଶନୀ ପ୍ରମୁଖ ମଞ୍ଚ ପରିଚାଳନାରେ ସହଯୋଗ କରିଥିଲେ ।

——————————————-

ଗଣେଶ କୁମାର ରାଜୁ

ପାରଳାଖେମୁଣ୍ଡି (ଗଜପତି)

———————————————