ଜିଲ୍ଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ
ପାରଳାଖେମୁଣ୍ଡି, ତା.୦୨.୦୧.୨୦୨୫
ରାଜ୍ୟ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷପାଳନ ଅବସରରେ ଆଜି ସ୍ଥାନୀୟ ୟୁନିୟନ ଗ୍ରାମୀଣ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ (RSETI) ଭବନ ପାରଳାଖେମୁଣ୍ଡି ଠାରେ ଜିଲ୍ଲାର ବିଭିନ୍ନ ପାଣି ପଞ୍ଚାୟତର ଚାଷୀ ଓ କର୍ମକର୍ତ୍ତା ମାନଙ୍କ ଉପସ୍ଥିତିରେ ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ଉତ୍ସବ ପାଳିତ ହୋଇଯାଇଅଛି । ଗଜପତି ଜିଲ୍ଲାରେ କ୍ଷୁଦ୍ର ଜଳସେଚନ ପ୍ରଭାଗ ଅଧୀନରେ ୧୪୪ଟି ଏବଂ ଉଠା ଜଳସେଚନ ପ୍ରଭାଗ ଅଧୀନରେ ଥିବା ୪୧୪ ଗୋଟି ପାଣି ପଞ୍ଚାୟତର କାର୍ଯ୍ୟକରୀ ହେଉଅଛି । ଆଜିର ଏହି ଉତ୍ସବରେ ଶ୍ରୀଯୁକ୍ତ ଜି.ତିରୁପତି ରାଓ, ଅଧ୍ୟକ୍ଷ,ଜିଲ୍ଲାପରିଷଦ ଗଜପତି , ଶ୍ରୀଯୁକ୍ତ ବିଜୟ କୁମାର ଦାଶ ,ଜିଲ୍ଲାପାଳ ଗଜପତି, ଶ୍ରୀଯୁକ୍ତ ସୁରେଶ କୁମାର ପଟ୍ଟନାୟକ,ପ୍ରକଳ୍ପ ନିର୍ଦ୍ଦେଶକ ଜଳଛାୟା ଏବଂ ମୃତ୍ତିକା ସଂରକ୍ଷଣ ,ଶ୍ରୀଯୁକ୍ତ ସୁଶାନ୍ତ ରଞ୍ଜନ ଦାଶ, ଉପ-ନିର୍ଦ୍ଦେଶକ ଉଦ୍ୟାନ, ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଶ୍ରୀଯୁକ୍ତ ତୁଷାର ରଞ୍ଜନ ସାହୁ ଓ ସମସ୍ତ ପଞ୍ଚାୟତ ସମିତି ଅଧ୍ୟକ୍ଷ/ଅଧ୍ୟକ୍ଷା ମଞ୍ଚାସିନ ଥିଲେ। ଜିଲ୍ଲାର ସମସ୍ତ ବ୍ଲକ୍ ର ଚାଷୀ ପ୍ରମୁଖ ପାଣି ପଞ୍ଚାୟତର ଭୂମିକା ଓ ଏହାର ସୁପରିଚାଳନା ନିମନ୍ତେ ବିଭିନ୍ନ ପରାମର୍ଶ ଦେବା ସହିତ ଉପସ୍ଥିତ ଥିବା ବିଭିନ୍ନ ପାଣି ପଞ୍ଚାୟତର କୃଷକ ମାନଙ୍କୁ ସଚେତନତା କରାଇଥିଲେ । ଏହି ଅବସରରେ ଓଡିଆ ପ୍ରବନ୍ଧ, ଚିତ୍ରାଙ୍କନ, ସାଧାରଣ ଜ୍ଞାନ, ଓଡିଆ ବକୃତା ଏବଂ ମଡେଲ ପ୍ରତିଯୋଗିତାରେ ଜିଲ୍ଲାସ୍ତରରେ କୃତିତ୍ଵ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରଷ୍କୃତ କରାଗଲା ।
ଏହି ପରିପ୍ରେକ୍ଷୀରେ ଜିଲ୍ଲାର ବିଭିନ୍ନ ବିଭାଗ ଯଥା ପ୍ରାଣୀ ଚିକିତ୍ସା, କୃଷି, ଉଦ୍ୟାନ, ଜଳଛାୟା ବିଭାଗ ଦ୍ଵାରା ପ୍ରଦର୍ଶିତ କରାଯାଇଥିବା ବିଭିନ୍ନ କାର୍ଯ୍ୟନ୍ଵୟନର ମାର୍ଜିତ ରୂପରେଖ ଜନସାଧାରଣଙ୍କ ଦ୍ଵାରା ଉଚ୍ଚ ପ୍ରଶଂସିତ ହୋଇଥିଲା ।
ଉକ୍ତ କାର୍ଯ୍ୟକ୍ରମଟି ଜଳସମ୍ପଦ ବିଭାଗର ଜିଲ୍ଲା ପାଣି ପଞ୍ଚାୟତ ନୋଡାଲ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟଯନ୍ତ୍ରୀ ଶ୍ରୀଯୁକ୍ତ ନଗେନ୍ଦ୍ରନାଥ ମହାରଣା ଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନରେ ପରିଚାଳିତ ହୋଇଥିଲା ।
ଏଥିରେ ମଞ୍ଚ ପରିଚାଳନା କରିଥିଲେ ଇ.ମୋହିତ ଆଚାର୍ଯ୍ୟ, ସହକାରୀ ନିର୍ବାହୀ ଯନ୍ତ୍ରୀ, ଜଳସେଚନ ଉପ-ବିଭାଗର ସମସ୍ତ ଅଧିକାରୀ, କର୍ମଚାରୀ ଓ ବିଭିନ୍ନ ପଞ୍ଚାୟତର ଚାଷୀ ପ୍ରମୁଖ ଉପସ୍ଥିତ ଥିଲେ