କୋରାପୁଟ ଠାରେ ପାଣି ପଞ୍ଚାୟତ ପକ୍ଷ ପାଳିତ

କୋରାପୁଟ, ୨/୨
କୋରାପୁଟ ଉଠା ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀ ଶ୍ରୀ ରମେଶ ଚନ୍ଦ୍ର ପାତ୍ରଙ୍କ ଅଧ୍ୟକ୍ଷତାରେ ଟାଉନ ହଲ ଠାରେ ଗତ ୧ ତାରିଖ ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ କୋରାପୁଟ ଜିଲ୍ଲାପାଳ ଅବ୍ଦାଲ ଏମ୍.ଅଖତାର ମୂଖ୍ୟ ଅତିଥି ଭାବେ ଯୋଗଦେଇ ଥିବା ବେଳେ ଆଦିବାସୀ ଉନ୍ନୟନ ପରିଷଦର ଅଧ୍ୟକ୍ଷ ଚନ୍ଦ୍ରଶେଖର ମାଝି ତଥା କୋରାପୁଟ ବିଧାୟକ ଏବଂ ଯୋଜନା ବୋର୍ଡ଼ ଅଧ୍ୟକ୍ଷ ରଘୁରାମ ପଢାଲ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିଲେ। ଉଠା ଜଳସେଚନ ଓ ନଳ କୂପ ଖନନ ଦ୍ବାରା କୋରାପୁଟ ଜିଲ୍ଲାର ଚାଷୀମାନେ ବହୁ ପରିମାଣରେ ଉପକୃତ ହେଉଛନ୍ତି ବୋଲି ଅତିଥିମାନେ ପ୍ରକାଶ କରିଥିଲେ।ଏହି ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ଉଦ୍ୟାନ ବିଭାଗ ନିର୍ଦ୍ଦେଶକ ଏବଂ ଜିଲ୍ଲା କୃଷି ଅଧିକାରୀଙ୍କ ସମେତ କୋରାପୁଟ ଜିଲ୍ଲାର ୧୪ଟି ବ୍ଲକରୁ ଆସିଥିବା ଚାଷୀମାନେ ସମବେତ ହୋଇ ଥିଲେ।
କୋରାପୁଟ ଜ଼ିଲ୍ଲା ପ୍ରତିନିଧି ଶ୍ରୀ ହରିଶ କୁମାର ପଟ୍ଟନାୟକ ଙ୍କ ରିପୋର୍ଟ ନି ଉ ସ ଉପାନ୍ତ ଓଡିଶା
