April 30, 2026

ବିଭିନ୍ନ ଦାବି ନେଇ ଓଷ୍ଟା ପକ୍ଷରୁ ସ୍ମାରକ ପତ୍ର ପ୍ରଦାନ

IMG-20250802-WA0044
Share


ବୁଗୁଡା : ତା ୦୨/୦୮/୨୫ : ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ତଥା ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ ସମିତି ବୁଗୁଡା ବ୍ଲକ ଶାଖା ପକ୍ଷରୁ ବିଭିନ୍ନ ଦାବି ସମ୍ବଳିତ ଏକ ସ୍ମାରକପତ୍ର ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ଜରିଆରେ ରାଜ୍ୟ ମୁଖ୍ୟମନ୍ତ୍ରୀ, ଉଚ୍ଚ ଶିକ୍ଷାମନ୍ତ୍ରୀ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କୁ ପ୍ରେରଣ କରାଯାଇଥିବା ଜଣାଯାଇଛି। ଉକ୍ତ ସ୍ମାରକପତ୍ରରେ ସମସ୍ତ ଯୋଗ୍ୟ ବିବେଚିତ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକୁ ଅନୁଦାନ ପ୍ରଦାନ , ସମସ୍ତ ନୂତନ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରୁ ଅବସର ନେଇଥ‌ିବା ଓ ଅବସର ନେବାକୁ ଯାଉଥିବା ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କୁ ଚାକିରି ସର୍ଭାବଳୀ,ପେନସନ୍ ଓ ଅବସରକାଳୀନ ସୁବିଧା ସୁଯୋଗ ପ୍ରଦାନ , ଅବସର ବୟସ ସୀମା ୬୦ ରୁ ୬୨ ବର୍ଷକୁ ବୃଦ୍ଧି , ଶିକ୍ଷକ ଓ ଶିକ୍ଷାକର୍ମଚାରୀଙ୍କ ଗ୍ରେଡ୍‌ରେ ଥ‌ିବା ଅସଙ୍ଗତି ଦୂରୀକରଣ , ସମସ୍ତ ନୂତନ ଓ ପୂର୍ଣ୍ଣ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକୁ ସରକାରୀକରଣ ଏବଂ ଶିକ୍ଷକ ନିଯୁକ୍ତି , ୨୦୦୪ ରୁ ୨୦୧୩ ମଧ୍ୟରେ ନିଯୁକ୍ତି ପାଇଥିବା ଚୁକ୍ତିଭିତ୍ତିକ ଶିକ୍ଷକମାନଙ୍କୁ ୬ଟି ନୋସନାଲ୍ ଇନ୍‌କ୍ରିମେଣ୍ଟ ସହିତ ବରିଷ୍ଠତା ପ୍ରଦାନ ଓ ନୂତନ ପେନସନ୍ ପରିବର୍ତ୍ତେ ପୁରାତନ ପେନସନ୍ ସ୍କାମ୍‌ର ପୁନଃ ପ୍ରଚଳନ ଆଦି ଦାବି ଉଲ୍ଲେଖ କରାଯାଇଛି । ଏହି ସ୍ମାରକ ପତ୍ର ପ୍ରଦାନ ସମୟରେ ବୁଗୁଡା ବ୍ଲକ ଓଷ୍ଟା ସଭାପତି ପ୍ରଶାନ୍ତ କୁମାର ଗୌଡ ଓ ସମ୍ପାଦକ କାହ୍ନୁ ଚରଣ ଭୂୟାଁଙ୍କ ଅନ୍ଯ ସଦସ୍ୟ ଓ ସଦସ୍ୟାମାନେ ଉପସ୍ଥିତ ରହିଥିଲେ।

You may have missed