November 26, 2024

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ..

Share

ପାରଳାଖେମଣ୍ଡି,ଗଜପତି ଜିଲ୍ଲା ସଦମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ. କୁମାର , ଜିଲ୍ଲା ବନଖଣ୍ଡ ଅଧିକାରୀ ଶ୍ରୀଯୁକ୍ତ ଏସ.ଆନନ୍ଦ,ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଗଜପତି ଡ଼.ଗୁଣନିଧି ନାୟକ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌର ପରିଷଦ ସମେତ କେରାଣ୍ଡି, କତଳକଇଠା, ବାଘଶାଳ, ରାଣୀପେଣ୍ଠ ଓ ସିଧାମାଡ଼ଙ୍ଗ ପଞ୍ଚାୟତର ସମୁଦାୟ ମୋଟ- ୧୦୩ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୭୯ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୨୪ ଗୋଟି ଓ ଗୋଟିଏ ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।

      ସେହିପରି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଗୋସାଣୀ ବ୍ଲକ୍ ଅନ୍ତର୍ଗତ ଉତ୍ତରାସେଲି ଗ୍ରାମର ଶ୍ରୀମତୀ କବିତା ବାରିକ ଓ ଶ୍ରୀ ଖିରୋଦ ଚନ୍ଦ୍ର ଦାସଙ୍କୁ ସରକାରଙ୍କ ଦ୍ୱାରା ଧାର୍ଯ୍ୟ ମାନଦଣ୍ଡ ଯୁକ୍ତ ଭିନ୍ନକ୍ଷମ ବିବହା ପ୍ରୋତ୍ସାହନ ରାଶି ଦୁଇ ଲକ୍ଷ ପଚାଶ ହଜାର ଟଙ୍କା ଚେକ୍ ପ୍ରଦାନ କରାଯାଇଛି।

         ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ପ୍ରକଳ୍ପ ପ୍ରଶାସକ,ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଦିଲ୍ଲୀପ କୁମାର ବେହେରା,ଅଭିଯୋଗ ଶୁଣାଣୀର ନୋଡାଲ ଅଧିକାରୀ ତଥା ଡେପୁଟି କଲେକ୍ଟର ଲିପିନା ଦାସ, ଗୋସାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅଜୟ କୁମାର ପ୍ରଧାନ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ମହମ୍ମଦ ଆଲ୍ଲୀ,ସ୍ଥାନୀୟ ତହସିଲଦାର ଶ୍ରୀ ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.