November 26, 2024

ବରପାଲି ବ୍ଲକସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତା

Share

 

 

ବରପାଲି 🙁 ଜୟନ୍ତ କୁମାର ସେଠ)ଶ୍ରୀ ହରିହରାନନ୍ଦ ଗୀତା ପାଠଶାଳା, ବରଗଡ଼ ପକ୍ଷରୁ ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ବରପାଲି ବ୍ଲକସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତା ବରପାଲି ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଶ୍ରୀ ବଦ୍ରିନାରାୟଣ ପୂଜାରୀ, ଶ୍ରୀ ରମେଶ ପଣ୍ଡା, ଶ୍ରୀ ହେମସାଗର ସାହୁ ଓ ଶ୍ରୀମତି ସୁନୀତା ଭୋଇ ଅତିଥି ଭାବେ ପ୍ରତିଯୋଗିତାର ଉଦ୍ଘାଟନ କରିଥିଲେ ଓ ଆବାହକ ଶ୍ରୀ ରାଜବଲ୍ଲଭ ପଣ୍ଡା ସ୍ବାଗତ ଅଭିଭାଷଣ ପ୍ରଦାନ କରିବା ସହ ପ୍ରତିଯୋଗିତାର ନିୟମାବଳୀ କହିଥିଲେ। ପ୍ରତିଯୋଗିତାରେ ଶ୍ରୀ ରମେଶ ଚନ୍ଦ୍ର ପଣ୍ଡା, ଶ୍ରୀମତି ମନୋରମା ନାଏକ, ଶ୍ରୀମତି ସୁନୀତି ପଧାନ ଓ ଶ୍ରୀମତି ଝରଣା ପଣ୍ଡା ବିଚାରକ ଭାବେ ପ୍ରତିଯୋଗୀଙ୍କ ମୂଲ୍ଯାଙ୍କନ କରିଥିଲେ। ‘କ’ ବିଭାଗରେ ଆରାଧ୍ୟା ଅପୂର୍ବା ବଘାର, ଶାଳିନୀ ମେହେର, ମାନସୀ ବାରିକ; ‘ଖ’ ବିଭାଗରେ ଆଶୀର୍ବାଦ ଦାଶ, ପ୍ରୀତି ପଧାନ, ପ୍ରିନ୍ସ ସାହୁ; ‘ଗ’ ବିଭାଗରେ ଉତ୍କଳିନୀ ସାହୁ, ଶ୍ରାବଣୀ ସାହୁ, ରିଙ୍କି ମଲ୍ଲିକ ଏବଂ ‘ଘ’ ବିଭାଗରେ ଭୂମିସୂତା ଦୀପ, ସୀମା ସାହୁ, ରୋଜି କଟା ପୁରସ୍କୃତ ହେବା ସହ ଜିଲ୍ଲାସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ପାଇଁ ମନୋନୀତ ହୋଇଛନ୍ତି। ପ୍ରତିଯୋଗିତା ଶେଷରେ ଆବାହକ ଶ୍ରୀ ରାଜବଲ୍ଲଭ ପଣ୍ଡା ଭଗବଦ୍ ଗୀତାର ଚତୁର୍ଥ ଅଧ୍ୟାୟର ବ୍ଯାବହାରିକ ଦିଗ ବିଷୟରେ ଆଲୋଚନା କରିଥିଲେ। ଶ୍ରୀ ସଞ୍ଜୟ କୁମାର ଦାଶ ଓ ଶ୍ରୀ ବଦ୍ରିନାରାୟଣ ପୂଜାରୀ ମଧ୍ୟ ଗୀତା ପାଠର ଆବଶ୍ୟକତା ବିଷୟରେ ଆଲୋକପାତ କରିଥିଲେ। ପ୍ରତିଯୋଗିତା ଆଯୋଜନରେ ସ୍ଥାନୀୟ ଶିକ୍ଷକ, ଶିକ୍ଷୟିତ୍ରୀ ତଥା ଅଭିଭାବକମାନେ ସହଯୋଗ କରିଥିଲେ।

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.