ଜିଲ୍ଲାପାଳ, ଖୋର୍ଦ୍ଧା ଙ୍କ ଜିଲ୍ଲା ସଦର ମହକୁମାର ଠାରେ ଜନଶୁଣାଣି

ଖୋର୍ଦ୍ଧା (ପ୍ରିୟଙ୍କା ମହାପାତ୍ର):ଆଜି ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଅମ୍ରିତ୍ ଋତୁରାଜ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିବେକାନନ୍ଦ ଶର୍ମାଙ୍କ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ପୂର୍ବାହ୍ନରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇ ଯାଇଅଛି l ଉକ୍ତ ଜନଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା , ଉପଜିଲ୍ଲାପାଳ ସଂକଳ୍ପ ସ୍ଵସ୍ତିକ ସାହୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ, ପ୍ରମୁଖ ଯୋଗଦେଇଥିଲେ l ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ କହିଲେ ଯେ ଜନ ଶୁଣାଣି କାର୍ଯ୍ୟକ୍ରମ ସୁଶାସନ ବ୍ୟବସ୍ଥାର ଏକ ପ୍ରମୁଖ ଅଙ୍ଗ, ଏଣୁ ପ୍ରତ୍ୟେକ ଅଧିକାରୀ ନିଜ କାର୍ଯ୍ୟାଳୟ ଅଧୀନ କୌଣସି ଅଭିଯୋଗର ସମାଧାନ କୁ ସ୍ଥଗିତ ନ ରଖିବାକୁ ନିର୍ଦେଶ ଦେଇଥିଲେ l ସମସ୍ତ ଅଭିଯୋଗ ଗୁଡ଼ିକୁ ସରକାର ଏବଂ ଜିଲ୍ଲା ପ୍ରଶାସନ ନିୟମାନୁସାରେ ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ l ଆଜିର ଅଭିଯୋଗ ଶୁଣାଣି ରେ ମୋଟ ୯୦ ଗୋଟି ଅଭିଯୋଗ ଆସିଥିବାବେଳେ ତନ୍ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ୭୭ ଗୋଟି ଏବଂ ଗ୍ରାମୀଣ ସମସ୍ୟା ଜନିତ ୧୩ ଗୋଟି ଅଭିଯୋଗ ଆସିଥିଲା l ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ତତ୍କାଳ ୦୫ ଗୋଟି ଅଭିଯୋଗ ର ସମାଧାନ କରିଥିବାବେଳେ ଅନ୍ୟ ଅଭିଯୋଗ ଗୁଡ଼ିକୁ ସଂପୃକ୍ତ ବିଭାଗୀୟ ଅଧିକାରୀ ଙ୍କୁ ଯଥାଶୀଘ୍ର ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ l ଟାଙ୍ଗୀ ବ୍ଲକ ର ଓରାଡୋ ଗ୍ରାମ ପଂଚାୟତ ର ଗଙ୍ଗାଧର ମୁଦୁଲି ଙ୍କୁ ମୁଖ୍ୟ ମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୫ ହଜାର ଟଙ୍କା ଆର୍ଥିକ ସହାୟତା ଜିଲ୍ଲାପାଳ ପ୍ରଦାନ କରିଥିଲେ l
ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଆସିଷ୍ଟାଣ୍ଟ କଲେକ୍ଟର, ଅଭିଯୋଗ ଭୁବନେଶ୍ଵରୀ କଅଁର, ସମସ୍ତ ବି ଡି ଓ, ତହସିଲଦାର ଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ, ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟ ଅଧିକାରୀ ମାନେ ଯୋଗଦେଇଥିଲେ l
