April 28, 2026

ଓଡ଼ିଶା ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ

IMG-20240603-WA0038
Share

 

ଭୁବନେଶ୍ୱର , ସଭା ନିର୍ବାଚନ ଫଳାଫଳ ଆସିବାର ଗୋଟିଏ ଦିନ ପୂର୍ବରୁ ଓଡ଼ିଶା ବିଧାନସଭାକୁ ଭଙ୍ଗ କରିଛନ୍ତି ରାଜ୍ୟପାଳ ରଘୁବର ଦାସ। ଏନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଭଙ୍ଗ ନେଇ ଆଜି ରାଜ୍ୟ କ୍ୟାବିନେଟ୍‌ ମଧ୍ୟ ସୁପାରିଶ କରିଥିଲା।
ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି କ୍ୟାବିନେଟର ଶେଷ ବୈଠକ ଆରମ୍ଭ ହୋଇଥିଲା। ମୁଖ୍ୟମନ୍ତ୍ରୀ ଏହି ବୈଠକରେ ଭର୍ଚୁଆଲ ମୋଡରେ ଯୋଗଦେଇଥିଲେ। ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି କ୍ରମେ ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କୁ ସୁପାରିଶ କରାଯାଇଥିଲା।

ନିର୍ବାଚନ ଫଳାଫଳ ଘୋଷଣା ପୂର୍ବରୁ ପୁରୁଣା କ୍ୟାବିନେଟ ଭଙ୍ଗ ହୋଇଥାଏ। ମୁଖ୍ୟମନ୍ତ୍ରୀଙ୍କୁ ରାଜ୍ୟପାଳ ନୂଆ ସରକାର ଗଢା ହେବା ପର୍ଯ୍ୟନ୍ତ କାମଚଳା ଦାୟିତ୍ୱରେ ରହିବା ପାଇଁ ପରାମର୍ଶ ଦେଇଥାନ୍ତି। ଫଳାଫଳ ଆସିବା ପରେ ସର୍ବାଧିକ ଆସନ ପାଇଥିବା ଦଳକୁ ସରକାର ଗଢିବା ପାଇଁ ରାଜ୍ୟପାଳ ଆମନ୍ତ୍ରଣ କରନ୍ତି।(ବ୍ୟୁରୋ ଚିପ୍ ଅଜିତ୍ ଦାଶଙ୍କ ରିପୋର୍ଟ)