July 24, 2026

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

IMG-20230703-WA0043
Share

*ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ।*
==============================
ପାରଳାଖେମଣ୍ଡି, ତା. ୦୩.୦୭.୨୦୨୩

ଗଜପତି ଜିଲ୍ଲା ସଦମହକୁମା ପାରଳାଖେମୁଣ୍ଡି ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ କୁମାର, ପାରଳାଖେମୁଣ୍ଡି ବନଖଣ୍ଡ ଅଧିକାରୀ ଶ୍ରୀ ଏସ୍.ଆନନ୍ଦ ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମିଞ୍ଜ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌର ପରିଷଦର ସମେତ କେରାଣ୍ଡି, କଥଳକଇଠା, ବାଘଶାଳ, ରାଣୀପେଣ୍ଠ ଓ ସିଧମାଡ଼ଙ୍ଗା ପଞ୍ଚାୟତର ସମୁଦାୟ ମୋଟ- ୯୭ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୮୪ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୧୩ ଗୋଟି ଓ ୨୬ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି , ଏବଂ ଦୁଇ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୫୦୦୦ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା,ଗୃହ ନିର୍ମାଣ, ରାସ୍ତା ନିର୍ମାଣ,ରାସନ କାର୍ଡ, ଶିକ୍ଷା, ବ୍ୟାଙ୍କ ଲୋନ, ମଧୁବାବୁ ପେନସନ ଯୋଜନା,ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।

ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଜିଲ୍ଲା ମୁଖ୍ୟା ଚିକିତ୍ସା ଅଧିକାରୀ ଡାକ୍ତର ପ୍ରଦୀପ କୁମାର ପାତ୍ର, ତହସିଲଦାର ଶ୍ରୀ ନାରାୟଣ ବେହେରା, ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ନୀଳମାଧବ ମାଝୀ,ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ନର୍ମଦା ନାୟକ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

You may have missed