August 26, 2026

ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ … 

IMG-20240703-WA0003
Share

ରାୟଗଡ : ତା ୦୧/୦୭- ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସଦର ମହକୁମା ସ୍ଥିତ ଜିଲ୍ଲା ପରିଷଦ ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ନିର୍ବାଚନ ଆଚରଣ ବିଦ୍ଧି ଯୋଗୁଁ ମାର୍ଚ୍ଚ ଠାରୁ ବନ୍ଦ ଥିବା ଅଭିଯୋଗ ଶୁଣାଣି ଶିବିର ପୁନଃ ଚାଲୁ କରିବା ନିମନ୍ତେ ସରକାରଙ୍କ ନିର୍ଦେଶ ପରେ ଆଜି ଠାରୁ ଆରମ୍ଭ ହୋଇଯାଇଛି l ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ,ଆରୋକ୍ଷୀ ଅଧିକ୍ଷକ,ଶ୍ରୀ ହରିଶ ବି.ସି, ବନଖଣ୍ଡ ଅଧିକାରୀ ସଚିନ ଆନ୍ନାସାହେବ ଓହଲେ,ଅତିରିକ୍ତ ଜିଲ୍ଲାପାଳ ଭାସ୍କର ଚନ୍ଦ୍ର ରଇତ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ,ଜିଲ୍ଲା ପରିଷଦ, ନିହାର ରଞ୍ଜନ କହଁର, ଉପଜିଲ୍ଲାପାଳ କଲ୍ୟାଣୀ ସଂଘମିତ୍ରା ଦେବୀ,ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଲାଲମୋହନ ରାଉତରାୟ ପ୍ରମୁଖ ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l
ଆଜି ମୋଟ ୫୧ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ୩୭ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ୧୬ଟି ଥିଲା l ଜିଲ୍ଲାପାଳ ୩ଜଣ ବ୍ୟକ୍ତିକୁ ୧୬ହଜାର ଟଙ୍କା ମୁଖ୍ୟମନ୍ତ୍ରୀ ସହାୟତା କୋଷରୁ ଏବଂ ଅନ୍ୟ ୩ଜଣକୁ ୩୫ହଜାର ଟଙ୍କା ରେଡ଼କ୍ରସରୁ ଆର୍ଥିକ ସହାୟତା ପ୍ରଦାନ କରିଥିଲେ l ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିକୁ ହ୍ୱିଇଲ ଚେୟାର ପ୍ରଦାନ କରିଥିଲେ lଏହି ଅଭିଯୋଗ ଶିବିରରେ ଜିଲ୍ଲା ଶିକ୍ଷା ଅଧିକାରୀ ବସନ୍ତ ନାୟକ,ରାୟଗଡ,ଜିଲ୍ଲା ମଙ୍ଗଳ ଅଧିକାରୀ,ଭାରତ ଭୂଷଣ ବିଶ୍ୱାଳ, ପିଡି ୱାଟରସେଡ ଡ଼ଃ ଦୟାନିଧି ବାଘ, ରାୟଗଡ଼ ,ନିର୍ବାହୀ ଯନ୍ତ୍ରୀ ରାସ୍ତା ଓ ଗୃହ, ଗ୍ରାମ୍ୟ ନିର୍ମାଣ, ମଧ୍ୟମ ଜଳସେଚନ,ଜନ ସ୍ୱାସ୍ଥ୍ୟ ବିଭାଗ, ଗ୍ରାମ୍ୟ ଜଳଯୋଗାଣ,ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ, ସାମାଜିକ ସୁରକ୍ଷା ଅଧିକାରୀ ସିମାଞ୍ଚଳ ମହାପାତ୍ର, ଜିଲ୍ଲା କୃଷି ଅଧିକାରୀ ସୁମନସିଂଘ ପଟନାୟକ , ଉଦ୍ୟାନ ଉପନିର୍ଦ୍ଧେଶକ ଶ୍ରୀ ଦୟାନିଧି ରାଉତ, ଜିଲ୍ଲାମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସିମାଞ୍ଚଳ ମହାପାତ୍ର ଓ ଅନ୍ୟାନ୍ୟ ଜିଲ୍ଲା ସ୍ଥରୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।
ରାୟଗଡା ରୁ ଅମୁଲ୍ୟ ନିଶଙ୍କ ଙ୍କ ରିପୋର୍ଟ

You may have missed