November 26, 2024

ମୋହନା ବ୍ଲକରେ ବ୍ଲକ ସ୍ତରୀୟ ସୁଭଦ୍ରା ଯୋଜନା ତାଲିମ ପ୍ରଦାନ …

Share

ଗଜପତି ଜିଲ୍ଲା ମୋହନା ବ୍ଲକରେ ଆଜି ସ୍ଥାନୀୟ ବୈଠକ ଗୃହରେ ମୋହନା ବ୍ଲକ ଗୋଷ୍ଟି ଉନ୍ନୟନ ଅଧିକାରୀ ରାଜୀବ ଦାସ ଙ୍କ ସଭାପତିତ୍ବରେ ବ୍ଲକ ସ୍ତରୀୟ ଅଧିକାରୀ, ଯୋଗାଣ ଅଧିକାରୀ,

ପଞ୍ଚାୟତ ନିର୍ବାହୀ ଅଧିକାରୀ

ଅଙ୍ଗନୱାଡ଼ି ସୂପରଭାଇଜର,

ଏମବିକେ, ସିଆରପି ମାନଙ୍କୁ ସୁଭଦ୍ରା ଯୋଜନା କିପରି ସୁବିଧାରେ ପ୍ରତି ଘରେ ମହିଳା ମାନଙ୍କ ନିକଟରେ ପହଞ୍ଚିବ ତାଲିମ ପ୍ରଦାନ କରିଥିଲେ। ଏହି ତାଲିମ ପ୍ରଦାନ ସମୟରେ ତହସିଲଦାର ସତ୍ୟବାନ ନାୟକ, ଶିଶୁ ବିକାଶ ଅଧିକାରିଣୀ ସବିତା ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି ବିଭାଗୀୟ କର୍ମଚାରୀଙ୍କୁ ପୁଙ୍ଖାନୁପୁଙ୍ଖ ଆଲୋଚନା ମାଧ୍ୟମରେ ବୁଝାଇଥିଲେ। ବିଭାଗର ସମସ୍ତ କର୍ମଚାରୀ ଘର କୁ ଘର ବୁଲି ସରକାରଙ୍କ ଦ୍ଵାରା ପ୍ରଦତ୍ତ ଫର୍ମ ପୂରଣ କରି ବିଭାଗ ଠାରେ ସଠିକ୍ ଦାଖଲ କରିବା ନିମନ୍ତେ ଗୋଷ୍ଟି ଉନ୍ନୟନ ଅଧିକାରୀ ନିର୍ଦ୍ଦେଶ ଦେଇଥିଲେ। ଏହି ଯୋଜନା ରାଜ୍ୟ ସରକାରଙ୍କ ଶିଶୁ ଓ ମହିଳା ବିକାଶ ବିଭାଗ ଦ୍ଵାରା ଚଳିତ ବର୍ଷ ଠାରୁ ପାଞ୍ଚ ବର୍ଷ ପର୍ଯ୍ୟନ୍ତ ସୁଭଦ୍ରା ଯୋଜନା ମାଧ୍ୟମରେ ପ୍ରତ୍ୟେକ ଯୋଗ୍ୟ ବିବେଚିତ ହେଉଥିବା ମହିଳା ଉପକୃତ ହେବେ।

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.