April 26, 2026

ବୁଗୁଡା ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନ ଶୁଣାଣି

IMG-20250903-WA0019
Share

 

ବୁଗୁଡା : ୦୩/୦୮/୨୫ : ସ୍ଥାନୀୟ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଭଞ୍ଜନଗର ଉପଖଣ୍ଡ ଉପଜିଲ୍ଲାପାଳ ଉମାଶଙ୍କର ବେହେରା ଅଧ୍ୟକ୍ଷତା କରିଥିବା ବେଳେ ବିଡିଓ ଦୁତିକୃଷ୍ଣ ପାତ୍ର, ଜିଲା ସାମାଜିକ ସମୀକ୍ଷକ ରବୀନ୍ଦ୍ର କୁମାର ମାଲନା, ଏବିଡ଼ିଓ ଧର୍ମରାଜ ପରିଡା, ବ୍ଲକ ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ ପ୍ରମୁଖ ମଞ୍ଚାସୀନ ଥିଲେ। ଏହି ଶିବିରରେ ମହାତ୍ମା ଗାନ୍ଧୀ ଜାତୀୟ ନିଶ୍ଚିତ କର୍ମ ନିଯୁକ୍ତ ଯୋଜନା, ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଓ ସମଗ୍ର ଶିକ୍ଷା ବିଷୟରେ ୦୧-୧୦-୨୪ ତାରିଖ ଠାରୁ ୩୧-୦୩-୨୫ ତାରିଖ ଅବଧି ସମୟର ସାମାଜିକ ସମୀକ୍ଷା ଅନୁଷ୍ଠିତ ହୋଇଥିଲା। ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତି ମେମ୍ବର ଓ ଜନସାଧାରଣ ଯୋଗଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ। ବ୍ଳକର କର୍ମଚାରୀ ବୃନ୍ଦ ଏହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।