November 26, 2024

ବ୍ଲକ କାର୍ଯ୍ୟାଳୟ ରେ ସ୍ୱଚ୍ଚତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ 

Share

ଉଲୁଣ୍ଡା, ୨/୧୦ ସୁବର୍ଣ୍ଣପୁର ଜିଲ୍ଲା ବିରାମହରାଜପୁର ବ୍ଲକ ପରିସରରେ ଆଜି ଗାନ୍ଧୀ ଜୟନ୍ତୀ ଅବସରରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।‌ ଏହି କାର୍ଯ୍ୟକ୍ରମ କୁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରିୟଦର୍ଶନୀ ମିର୍ଦ୍ଧା ଅତିଥି ଭାବରେ ଯୋଗଦେଇ ସ୍ୱଚ୍ଛତା ଉପରେ ଆଲୋକପାତ କରିଥିଲେ । ପରେ ଏକ ଶପଥ ପାଠ କରାଯାଇ ବ୍ଲକ ପରିସରରେ ସଫେଇ କରାଯାଇଥିଲା। ଏହି ସ୍ୱଚ୍ଛତା ହିଁ କାର୍ଯ୍ୟକ୍ରମ ରେ ବ୍ଲକର ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପୁରୁଷୋତ୍ତମ ଧରୁଆ, ବ୍ଳକ ସଂଯୋଜକ ଖେଳାନିଧି ପ୍ରଧାନ, ସଞ୍ଜୟ ବେହେରା, ଜଗଦିଶ ପ୍ରଧାନ,ସମ୍ବିତ ମହାକୁର, ଦିନ କୃଷ୍ଣ ଶଙ୍ଖୁଆ, ଗୋପାଳ ପାତ୍ର, ସୁମନ୍ତ ଦଳେଇ ଅନlନ୍ୟା କର୍ମଚାରୀ ମାନେ ସାମିଲ ହୋଇଥିଲେ।

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.

You may have missed