March 10, 2026

ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ

IMG-20251103-WA0075
Share

 

 

ଜଗନ୍ନାଥପ୍ରସାଦ, 3,2025 ଜଗନ୍ନାଥପ୍ରସାଦ ବ୍ଲକ୍ ଅନ୍ତର୍ଗତ ଗେରେଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ରବୀନ୍ଦ୍ର ନାଥ ଗୌଡ଼ଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି I ଆଜି କେପିଟି ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ପଞ୍ଚମ ମାସିକ କ୍ଳଷ୍ଟର୍ ସ୍ତରୀୟ ବୈଠକ ଅବସରରେ ସପଙ୍ଗ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଖିଳ କାନ୍ତ ମହାପାତ୍ରଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ସମ୍ବର୍ଦ୍ଧନା ଉତ୍ସବରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ରବୀନ୍ଦ୍ରନାଥ ପ୍ରଧାନଙ୍କୁ ଉପଢ଼ୌକନ, ମାନପତ୍ର ଏବଂ ପୁଷ୍ପଗୁଛ ଦେଇ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା I ବୈଠକକୁ ସିଆରସିସି ମାଧବାନନ୍ଦ ସ୍ୱାଇଁ ଆବାହନ କରିଥିବା ବେଳେ କୁଡୁତାଇ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଭାତ କୁମାର ରାଊତ ସଂଯୋଜନା କରିଥିଲେ I ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ସେଠୀ, ଶିକ୍ଷକ ରଘୁନାଥ ମହାପାତ୍ର, ଉଦ୍ଧାର ଚନ୍ଦ୍ର ସାହୁ, ଶିବାନନ୍ଦ ସାହୁ, ପ୍ରଭାତ କୁମାର ପ୍ରଧାନ, ଶ୍ରୀନିବାସ ପ୍ରଧାନ ପ୍ରମୁଖ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ଗୁଣଗାନ କରିବା ସହିତ ବିଦ୍ୟାଳୟ ପ୍ରତି ଥିବା କର୍ତ୍ତବ୍ୟ ନିଷ୍ଠା ସମ୍ପର୍କରେ ବକ୍ତବ୍ୟ ରଖି ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ I କାର୍ଯ୍ୟକ୍ରମରେ କେପିଟି ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଭାତ କୁମାର ସେଠୀ ପୂର୍ଣ୍ଣ ସହଯୋଗ କରିଥିଲେ Iବେଲଗୁଣ୍ଟା,ରିପୋଟର,ପଞ୍ଚାନନ,ସାହୁ