March 10, 2026

ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ..

IMG-20251103-WA0080
Share

 

 

ଅନୁଗୋଳ,ତା.୦୩.୧୧:- ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ପାଳଲହଡା ଉପଜିଲ୍ଲାପାଳଙ୍କ ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜନଶୁଣାଣି ଶିବିରରେ ସମୁଦାୟ ୪୫ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ ୩୭ଟି ବ୍ୟକ୍ତିଗତ ଓ ୮ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୭ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୧ ଜଣଙ୍କୁ ରେଡକ୍ରସ ପାଣ୍ଡିରୁ ୭ ହଜାର ୫୦୦ ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ରିନାରାଣୀ ନାଏକ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧୀକାରୀ ଡ.ମଦନ ମୋହନ ପ୍ରଧାନ, ପାଳଲହଡା ଉପଜିଲ୍ଲାପାଳ ଶ୍ରୀ ରବିନ୍ଦ୍ର କୁମାର ପଟେଲ, ପାଲଲହଡା ତହସିଲଦାର ଆକାଂକ୍ଷା ମହାପାତ୍ର, ଜିଲ୍ଲା ଶିକ୍ଷା ଅଧୁକାରୀ ଶ୍ରୀ ନିରଞନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲିପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ଶ୍ରୀନିବାସ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧୀକାରୀ ଡ. ସତ୍ୟ ନାରାୟଣ ସାହୁଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।