March 7, 2026

ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଅସୁସ୍ଥ: ଛାତିରେ ଯନ୍ତ୍ରଣା ପରେ ଏମ୍ସ ଆଇସିୟୁରେ ଭର୍ତ୍ତି…

IMG-20260304-WA0002
Share

 

ଏମ୍ସର ଏକ ସ୍ୱତନ୍ତ୍ର ଡାକ୍ତରୀ ଦଳ ତାଙ୍କର ବିଭିନ୍ନ ପରୀକ୍ଷା ନିରୀକ୍ଷା କରୁଛନ୍ତି । ଏପଟେ ମନ୍ତ୍ରୀଙ୍କ ଅସୁସ୍ଥତା ଖବର ପାଇ ବିଭିନ୍ନ ମହଲରେ ଚିନ୍ତା ପ୍ରକଟ କରାଯିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରାଯାଇଛି ।

 

ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଅସୁସ୍ଥ । ଛାତିରେ ପ୍ରବଳ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ଭୁବନେଶ୍ୱର ଏମ୍ସ (AIIMS) ମେଡିକାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ସେ ଆଇସିୟୁରେ ଡାକ୍ତରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅଛନ୍ତି ।

 

 

 

ସୂଚନା ଅନୁଯାୟୀ, ଆଜି ହଠାତ୍ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଡାକ୍ତରଖାନା ଅଣାଯାଇଥିଲା । ଏମ୍ସର ଏକ ସ୍ୱତନ୍ତ୍ର ଡାକ୍ତରୀ ଦଳ ତାଙ୍କର ବିଭିନ୍ନ ପରୀକ୍ଷା ନିରୀକ୍ଷା କରୁଛନ୍ତି । ଏପଟେ ମନ୍ତ୍ରୀଙ୍କ ଅସୁସ୍ଥତା ଖବର ପାଇ ବିଭିନ୍ନ ମହଲରେ ଚିନ୍ତା ପ୍ରକଟ କରାଯିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରାଯାଇଛି ।