November 26, 2024

ପାରଳା ବିଧାୟକ ରୁପେଶ ପାଣିଗ୍ରାହୀଙ୍କ କାଶୀନଗର ଗସ୍ତ

Share

କାଶୀନଗର ବ୍ଲକ ମଧ୍ୟରେ ଆମ ଓଡିଶା ନବୀନ ଓଡିଶା ଆନୁକୂଲ୍ୟରେ ନିର୍ମାଣ ହୋଇଥିବା କୀଡୀଗାଁ ଗ୍ରାମରେ ପାରଳା ବିଧାୟକ ଶ୍ରୀଯୁକ୍ତ ରୁପେଶ କୁମାର ପାଣିଗ୍ରାହୀ ଙ୍କ କରକମଳରେ ଡକ୍ଟର ବାବା ସାହେବ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବା ପାରେ ରାଜପୁର ଗ୍ରାମ ରାଜପଥ ପାର୍ଶ୍ଵରେ ଯାତ୍ରୀ ବିଶ୍ରାମ ଗାର, ବ୍ଲକ କାର୍ଯ୍ୟାଳୟ ପରିସରରେ ଜନ ପ୍ରତିନିଧି ଗୃହ, ସି ଡି ପି ଓ କାର୍ଯ୍ୟାଳୟ ଗୃହ ଉଦ୍ଘାଟନ କରିବା ସହ ବୁଦୁରା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଗସ୍ତ କରି ନୂତନ ଭାବେ ଯୋଗ୍ୟ ହେଉଥିବା ବୃଦ୍ଧ ଵୃଦ୍ଧା ମାନଙ୍କୁ ବାର୍ଦ୍ଧକ୍ୟ ଭତ୍ତା ପ୍ରଦାନ କରିଥିଲେ. ଏହି କାର୍ଯ୍ୟକ୍ରମ ଗୁଡିକରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜି ତିରୁପତି ରାଓ,ଜିଲ୍ଲା ପରିଷଦ ଜୋନ ଏକ ସଦସ୍ୟା ଆର.ରାଜଲକ୍ଷ୍ମୀ, ବ୍ଲକ ଅଧ୍ୟକ୍ଷା ବାଲା ସାଇ ଆମ୍ମା, ଖାରଡ଼ା ସରପଞ୍ଚ ଅଖିଳ କୁମାର ପାତ୍ର, ସୀତାପୁର ସରପଞ୍ଚ କେ ତେଜେଶ୍ଵର ରାଓଙ୍କ ସହ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ.

ଗଜପତି ଜିଲ୍ଲା କାଶୀନଗରରୁ ଆନନ୍ଦ ପାତ୍ର ରିପୋର୍ଟର

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.

You may have missed