August 4, 2026

ଉମରକୋଟ ଠାରେ ବୃକ୍ଷରୋପଣ କାର୍ଯ୍ୟକ୍ରମର ଶୁଭାରମ୍ଭ……….

IMG-20260804-WA0009
Share

 

 

ଉମରକୋଟ:- (ଏମ୍.ଦୀନା°ଶୁ ଆଚାରୀ) ସ୍ଥାନୀୟ ପ୍ରକୃତିମିତ୍ର ଫକୀରମୋହନ ପାଠନଶାଳା ଏବଂ ସ୍ୱାମୀ ବିବେକାନନ୍ଦ ଲୋକସଂସଦ, ନବରଙ୍ଗପୁରର “ମୋ ଗାଁ ପରିବେଶ ପରିଷଦ”ର ମିଳିତ ଆନୁକୂଳ୍ୟରେ “ପରିବେଶ ହେଉ ସବୁଜ ସ୍ୱଚ୍ଛ, ଯେତେ ପାର ସେତେ ଲଗାଅ ଗଛ” କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଏକ ମାସ ବ୍ୟାପୀ ବୃକ୍ଷରୋପଣ କାର୍ଯ୍ୟକ୍ରମ ହାତକୁ ନିଆଯାଇ ଉମରକୋଟ, ଝରିଗାଁ ଓ ରାଇଘର ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନ, କ୍ଲବ୍, ପଞ୍ଚାୟତ କାର୍ଯ୍ୟାଳୟ ଓ ଅନ୍ୟାନ୍ୟ ସାର୍ବଜନିକ ପରିସରରେ ଏକ ହଜାର ଗଛ ରୋପଣ କରିବାର ଲକ୍ଷ୍ୟ ରଖାଯାଇଛି। ଏହି କାର୍ଯ୍ୟକ୍ରମର ଉଦ୍ଘାଟନ ଅବସରରେ ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ବୃକ୍ଷରୋପଣ ସହ ପରିବେଶ ସଚେତନତା କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଅନୁଷ୍ଠାନର ସଭ୍ୟସଭ୍ୟା, ବିଦ୍ୟାମନ୍ଦିରର ପ୍ରଧାନ ଗୁରୁଜୀ ଏବଂ ଛାତ୍ରଛାତ୍ରୀମାନେ ଉତ୍ସାହର ସହିତ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ବୃକ୍ଷରୋପଣ ମାଧ୍ୟମରେ ପରିବେଶର ସୁରକ୍ଷା ଓ ସବୁଜିମା ବୃଦ୍ଧି କରିବା ପାଇଁ ସମସ୍ତଙ୍କୁ ସଚେତନ ହେବାକୁ ଆହ୍ୱାନ ଦିଆଯାଇଥିଲା।