November 26, 2024

ନୂତନ ସିଆରସିସି ଓ ବିଦାୟୀ ସିଆରସିସି ଙ୍କୁ ସମ୍ବର୍ଦ୍ଧନା 

Share

ଆଜି ଭଞ୍ଜନଗର ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ଅଧୀନସ୍ଥ ଶ୍ରୀ ବତ୍ସ ଉଚ୍ଚ ବିଦ୍ୟାଳୟ ଠାରେ ନୂତନ ଭାବେ ଯୋଗଦାନ କରିଥିବା ସିଆରସିସି ଶ୍ରୀ ଦ୍ଵିତୀକୃଷ୍ଣ ଲେଙ୍କା ଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଓ ବିଦାୟୀ ସିଆରସିସି ଶ୍ରୀ ମୋହନ ସାହୁଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା। ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀ ମତି ଗାୟତ୍ରୀ ପଣ୍ଡାଙ୍କ ସଂପାଦନା ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ଏବଂ ଏବିଇଓ ଶ୍ରୀ ଗଜେନ୍ଦ୍ର କୁମାର ସେଠୀ ଉପସ୍ଥିତ ରହିଥିଲେ। ଏହି ପରିପ୍ରେକ୍ଷୀରେ ନୂତନ ଭାବେ ସିଆରସିସି ରୂପେ ନିଯୁକ୍ତି ପାଇଥିବା ବିଦ୍ୟାଳୟ ର ଶିକ୍ଷକ ଶ୍ରୀ ସୁଜିତ କୁମାର ଗୌଡ଼ ଙ୍କୁ ସମ୍ବର୍ଦ୍ଧନା ଓ ଶିକ୍ଷକ ଆଦିକନ୍ଦ ଗୌଡ଼ ଙ୍କୁ ମଧ୍ୟ ସ୍ଵାଗତ କରାଯାଇଥିଲା।

ଵେଲଗୁଣ୍ଟା, ରିପୋର୍ଟ ପଞ୍ଚାନନ, ସାହୁ

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.

You may have missed