March 10, 2026

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।* 

IMG-20251104-WA0049
Share

 

ପାରଳାଖେମଣ୍ଡି,ତା. ୦୪.୧୧.୨୦୨୫

 

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀମତୀ ମଧୁମିତା, ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଯତୀନ୍ଦ୍ର କୁମାର ପଣ୍ଡା,ମୁଖ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା ଅଭିଯୋଗ ଶୁଣାଣୀ ରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌରପରିଷଦ ସମେତ କେରାଣ୍ଡି, କତଳକଇଠା,ରାଣୀପେଣ୍ଠ ଓ ସିଧାମାଡ଼ଙ୍ଗ ପଞ୍ଚାୟତର ସମୁଦାୟ ମୋଟ- ୭୯ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୬୨ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା -୧୭ ଗୋଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଧେଶ ଦେଇଛନ୍ତି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।

ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା, ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୋର ଚନ୍ଦ୍ର ପଟ୍ଟନାୟକ ,ସ୍ଥାନୀୟ ତହସିଲଦାର ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।