November 25, 2024

ଜିଲ୍ଲାପାଳଙ୍କ  ମିଳିତ  ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ। 

Share
==============================
ପାରଳାଖେମଣ୍ଡି, ତା. ୦୪.୧୨.୨୦୨୩
 ଗଜପତି ଜିଲ୍ଲା ସଦମହକୁମା ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷଠାରେ  ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ  ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି  । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ. କୁମାର , ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମିଞ୍ଜ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି  ପାରଳାଖେମୁଣ୍ଡି ପୌର  ପରିଷଦର ସମେତ କେରାଣ୍ଡି, କତଳକଇଠା, ବାଘଶାଳ, ରାଣୀପେଣ୍ଠ ଓ ସିଧମାଡ଼ଙ୍ଗ ପଞ୍ଚାୟତର  ସମୁଦାୟ ମୋଟ- ୬୭ ଗୋଟି ଅଭିଯୋଗ  ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୫୫ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୧୨ ଗୋଟି ଓ  ୩ ଗୋଟି  ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି ଏବଂ  ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ତିନି ଜଣଙ୍କୁ ୧୫ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ ପ୍ରଦାନ  କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା, ମୋ ଘର ଯୋଜନା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା  ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ  ଅଭିଯୋଗ ଆସିଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ     ସମୟରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।