May 11, 2026

ପ୍ରବାସୀ ଭାରତୀୟ ଦିବସର ଶୃଙ୍ଖଳିତ ତଥା ସୁଚାରୁରୂପେ ଆୟୋଜନ ଏବଂ ପରିଚାଳନା ନିମନ୍ତେ ଡିଜିପିଙ୍କ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା,

IMG-20250105-WA0018
Share

 

ଭୁବନେଶ୍ୱର:( ଦେବାଶିଷ ଦାଶ୍ )

ଆଉ ଦୁଇ ଦିନ ପରେ ଭୁବନେଶ୍ୱରରେ ଆରମ୍ଭ ହେବାକୁ ଯାଉଛି ବହୁ ପ୍ରତିକ୍ଷିତ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ୨୦୨୫ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଏହି ଅବସରରେ ଡିଜିପି ଶ୍ରୀ ଖୁରାନିଆ ବିଭିନ୍ନ ପ୍ରସଙ୍ଗରେ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ଏହା ସହ ସୁରକ୍ଷା ବ୍ୟବସ୍ଥାରେ କୌଣସି ପରିସ୍ଥିତିରେ ମଧ୍ୟ ତ୍ରୁଟି ବିଚ୍ୟୁତି ନ ହେବ ସେଥି ପ୍ରତି ସ୍ୱତନ୍ତ୍ର ନଜର ରଖିବାକୁ ଡିଜିପି ନିର୍ଦେଶ ଦେଇଛନ୍ତି। ଆସନ୍ତା 8 ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ଅନୁଷ୍ଠିତ ହେବାକୁ ଯାଉଛି ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ। ଏହାକୁ ଶୃଙ୍ଖଳିତ ତଥା ସୁଚାରୁରୂପେ ଆୟୋଜନ ଏବଂ ପରିଚାଳନା ନିମନ୍ତେ ଆଜି ଡିଜିପି ନିଜେ ବିଭିନ୍ନ ସ୍ଥାନକୁ ଯାଇ ସୁରକ୍ଷା ବ୍ୟବସ୍ଥା ର ସମୀକ୍ଷା କରିଛନ୍ତି। ଜନତା ମଇଦାନର ଉତ୍ସବ ସ୍ଥଳରେ ସୁରକ୍ଷା ବ୍ୟବସ୍ଥା, ପ୍ରବାସୀ ଭାରତୀୟଙ୍କ ରହଣି ସ୍ଥାନ, ଟ୍ରାଫିକ ପରିଚାଳନା, ଅପ୍ରୀତିକର ପରିସ୍ଥିତିକୁ ଏଡାଇବା ପାଇଁ ଉପଯୁକ୍ତ ଯୋଜନା ଓ କୌଶଳ ଆଦି ସଂକ୍ରାନ୍ତରେ ତନ୍ନ ତନ୍ନ କରି ସମୀକ୍ଷା କରିଛନ୍ତି। ଅତି ବିଶିଷ୍ଟ ନାଗରିକଙ୍କ ସୁରକ୍ଷା ବ୍ୟବସ୍ଥା, ପୋଲିସ ବିଭାଗର ପ୍ରସ୍ତୁତି, ପରିଚାଳନା, ପୋଲିସ ଫୋର୍ସ ମୁତୟନ, ଟ୍ରାଫିକ ସୁପରିଚାଳନା, ଯାନ ବାହନ ପାର୍କିଂ ସ୍ଥଳ ସମ୍ପର୍କରେ ବିସ୍ତୃତ ଭାବେ ଡିଜିପି ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ବିଶଦ ଭାବେ ଆଲୋଚନା କରିଥିଲେ। ପୋଲିସ କମିଶନର ଶ୍ରୀ ଦେବଦତ୍ତ ସିଂ, ଆଇଜି ଅନୁପ ସାହୁ, ଅତିରିକ୍ତ ପୋଲିସ କମିଶନର ଉମାଶଙ୍କର ଦାଶ, ଡିସିପି ପିନାକ ମିଶ୍ରଙ୍କ ସମେତ ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ।