ତିର୍ତ୍ତୋଲ ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

ଜଗତସିଂହପୁର ତା ୦୫.୦୧.୨୦୨୬- ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ତିର୍ତ୍ତୋଲ ବ୍ଲକ୍ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିର ରେ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୬୨ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୫୧ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୧ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମସ୍ୟା ସମ୍ପର୍କୀୟ ୩ ଟି, ଆବାସ ଯୋଜନା ସମ୍ପର୍କୀୟ ୮ ଟି,ଜମିଜମା ସମସ୍ୟା ସମ୍ପର୍କୀୟ ୯ ଟି, ଭତ୍ତା ପାଇବା ପାଇଁ ୩ ଟି,ପୋଲିସ ସହାୟତା ପାଇଁ ୧ ଟି ଏବଂ ଅନ୍ୟାନ୍ୟ ୫ ଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୨୨ ଟି ଅଭିଯୋଗର ତତକାଳ ଫଇସଲା କରାଯାଇଥିଲା । ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ,ମୁଖ୍ୟ ବିକାଶ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଶ୍ରୀ ରବି ନାରାୟଣ ଜେଠି, ଉପ ଆରକ୍ଷୀ ଅଧିକ୍ଷକ ଶ୍ରୀ ସତ୍ୟବ୍ରତ ଦାଶ,ବ୍ଲକ୍ ଉନ୍ନୟନ ଅଧିକାରୀ ଶ୍ରୀ ଗିରିଜା ଶଙ୍କର ମଲ୍ଲିକ ତହସିଲଦାର, ତିର୍ତ୍ତୋଲ , ଶ୍ରୀ ମହେଶ୍ୱର ବେହେରା,ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ୍ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।ଜଗତ୍ସିଂହପୁର ରୁ ଶରତ କୁମାର ଦାଶ ଙ୍କ ରିପୋର୍ଟ୍ ନ୍ୟୁଜ ଉପାନ୍ତ ଖବର
