February 22, 2025
Share

ଟିକେଟ୍ ପାଇଁ ଠେଲାପେଲା। ବାରବାଟୀରେ ଅଫ୍‌ଲାଇନ୍‌ ଟିକେଟ୍‌ ବିକ୍ରି ପାଇଁ କାଉଣ୍ଟର ଖୋଲିବା ପରେ ପ୍ରବଳ ଠେଲପେଲା ଦେଖିବାକୁ ମିଳିଛି। ପରିସ୍ଥିତି ଏପରି ଯେ ପୋଲିସ ମଧ୍ୟ ନାକେଦମ ହୋଇସାରିଲାଣି । ଗରମ ଗୁଳିଗୁଳି ଯୋଗୁଁ ଦର୍ଶକ ଅଚେତ ମଧ୍ୟ ହୋଇଛନ୍ତି । ସ୍ଥିତି ଅଣାୟତ ହେବା ପରେ କଟକ ଡିସିପି ଘଟଣାସ୍ଥଳରେ ପହଞ୍ଚିଛନ୍ତି । କ୍ରିକେଟ୍ କ୍ରେଜ ଟିକେଟ୍ ବିକ୍ରି ବାରବାଟୀ ବ୍ୟାଟେଲ ପାଇଁ ବଢୁଛି କ୍ରେଜ । ସେପଟେ ଭିଡ଼ ପାଇଁ ଅନେକ ଯୁବକ ଅଚେତ ହୋଇ ପଡିଥିବା ସୂଚନା ମିଳିଛି ।

 

ଭାରତ-ଇଂଲଣ୍ଡ ମ୍ୟାଚ୍ ପାଇଁ ଆଜିଠାରୁ ବିକ୍ରି ହେଉଛି ଅଫଲାଇନ ଟିକେଟ । ଏଥିପାଇଁ ରାତିଠୁ ବାରବାଟୀ ଷ୍ଟାଡିୟମ ନିକଟରେ ଲାଗିଛି ଲମ୍ବା ଲାଇନ। କେମିତି ଟିକେଟ ଗୋଟିଏ ମିଳିବ, ସେଇ ଆଶାରେ କ୍ରିକେଟପ୍ରେମୀ । ଅଫଲାଇନ ଟିକେଟ ବିକ୍ରି ହେଉଥିବା ବେଳେ ୧୨ ଘଣ୍ଟା ପୂର୍ବରୁ ଶହ ଶହ ଲୋକ ଲାଇନରେ ଛିଡା ହେଲେଣି । ଅନଲାଇନ ଟିକେଟରୁ ବଞ୍ଚିତ କ୍ରିକେଟପ୍ରେମୀ ଅଫଲାଇନରେ ଟିକେଟ କରିବାକୁ ବିଭିନ୍ନ ସ୍ଥାନରୁ ଧାଇଁ ଆସିଛନ୍ତି । ଓଡ଼ିଶା କ୍ରିକେଟ୍‌ ଆସୋସିଏସ୍‌ ପକ୍ଷରୁ ପୂର୍ବରୁ ଦିଆଯାଇଥିବା ସୂଚନା ଅନୁସାରେ ସାଧାରଣ ଦର୍ଶକମାନଙ୍କ ପାଇଁ କାଉଣ୍ଟରରେ ପ୍ରାୟ ୧୨ ହଜାର ଟିକଟ ବିକ୍ରି ହେଉଛି । ସହଜରେ ଟିକେଟ ବିକ୍ରି ପାଇଁ ଏଥର ୪ଟି ଟିକେଟ୍‌ କାଉଣ୍ଟର କରାଯାଇଛି