May 10, 2026

ବି .କରଡ଼ାବାଡ଼ିରେ ପଞ୍ଚୁଦଣ୍ଡ ମହାମିଳନ 

IMG-20250405-WA0050
Share

ବୁଗୁଡ଼ା : ତା ୦୫/୦୪/୨୫ : ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବି.କରଡ଼ାବାଡ଼ି ଗ୍ରାମରେ ପଞ୍ଚୁଦଣ୍ଡ ମହାମିଳନ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭାବସର , ପାଣିକେଶର , କୁମ୍ପାପଡା , ଛାମୁଣ୍ଡା , ମରାଇପଲ୍ଲୀ

ଆଦି ୫ଟି ଗ୍ରାମର ଦଣ୍ଡଯାତ୍ରା ଦଳର ମହାକାଳୀ ଓ ମହାଦେବ ମିଳିତ ହୋଇଥିଲେ । ଏହି ମହାମିଳନ କାଳରେ ଝୁଣାର ମହକରେ ମିଳନ ସ୍ଥଳ ମହକିତ ହୋଇଥିବା ବେଳେ ଢୋଲ ଓ ଝାଞ୍ଜ ନାଦରେ ପ୍ରକମ୍ପିତ ହୋଇଥିଲା। ଏହାକୁ ଦେଖିବା ଲାଗି ଆଖପାଖ ଅଞ୍ଚଳର ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାବେଶ ହୋଇଥିଲା । ପଞ୍ଚ ଦଣ୍ଡଯାତ୍ରା ଦଳର ସାମୂହିକ ଗ୍ରାମ ପରିକ୍ରମା କାଳରେ ପ୍ରତ୍ଯେକ ଘର ସମ୍ମୁଖରେ ପୂର୍ଣ୍ଣ କୁମ୍ଭ ଦୃଶ୍ୟମାନ ହେବା ସହ ଗ୍ରାମରେ ଆଧ୍ଯାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା ।ଏଥି ସହ ପଞ୍ଚ ଦଣ୍ଡଦଳର ଧୂଳିଦଣ୍ଡ, ପାଣିଦଣ୍ଡ, ଅଗ୍ନିଦଣ୍ଡ, ସଂନ୍ଧ୍ଯା ଆଳତି ଆଦି କାର୍ଯ୍ୟକ୍ରମରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଥିଲା ।