April 30, 2026

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ..

Share

ପାରଳାଖେମଣ୍ଡି,ତା. ୦୫.୦୮.୨୦୨୪

 

ଗଜପତି ଜିଲ୍ଲା ସଦମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ. କୁମାର , ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଗଜପତି ଡ଼.ଗୁଣନିଧି ନାୟକ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌର ପରିଷଦ ସମେତ କେରାଣ୍ଡି, କତଳକଇଠା, ବାଘଶାଳ, ରାଣୀପେଣ୍ଠ ଓ ସିଧାମାଡ଼ଙ୍ଗ ପଞ୍ଚାୟତର ସମୁଦାୟ ମୋଟ- ୧୧୮ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୯୦ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୨୮ ଗୋଟି ଓ ୧୧ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି, ୩ଜଣକୁ ରେଡ୍ କ୍ରସ ପାଣ୍ଠିରୁ ୪୦ ହାଜର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।

ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ର ନୋଡାଲ ଅଧିକାରୀ ତଥା ଡେପୁଟି କଲେକ୍ଟର କମଳ କାନ୍ତ ପଣ୍ଡା, ଗୋସାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅଜୟ କୁମାର ପ୍ରଧାନ,ସ୍ଥାନୀୟ ତହସିଲଦାର ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

You may have missed