June 23, 2026

ଗଜପତି ଜିଲ୍ଲା ସ୍ତରୀୟ ଗୁରୁ ଦିବସ ଉତ୍ସବ ଏବଂ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ ଅନୁଷ୍ଠିତ 

IMG-20250905-WA0012
Share

 

ପାରଳାଖେମୁଣ୍ଡି:୫/୯(ଗରୁଡ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା

ସ୍ତରୀୟ ଗୁରୁଦିବସ ଉତ୍ସବ ଓ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମ୍ବର୍ଦ୍ଧିନା ସମାରୋହ ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି ପୌରପରିଷଦ ଉଚ୍ଚବିଦ୍ୟାଳୟ ଠାରେ ପାଳିତ ହୋଇଯାଇଅଛି। ଏହି ସମ୍ବର୍ଦ୍ଧନା ସମାରୋହରେ ଜିଲ୍ଲା ଶିକ୍ଷଧିକାରୀ ଡ଼.ମାୟାଧର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମୁଖ୍ୟ ଅତିଥି ଭାବରେ ମାନ୍ୟବର ବିଧାୟକ ପାରଳାଖେମୁଣ୍ଡି ଶ୍ରୀଯୁକ୍ତ ରୁପେଶ କୁମାର ପାଣିଗ୍ରାହୀ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଶ୍ରୀଯୁକ୍ତ ଦାଶରଥି ଗମାଙ୍ଗ,ମାନ୍ୟବର ବିଧାୟକ ମୋହନା,ଶ୍ରୀଯୁକ୍ତ ଜି.ତିରୁପତି ରାଓ, ସଭାପତି,ଜିଲ୍ଲା ପରିଷଦ ଗଜପତି, ଶ୍ରୀମତୀ ନିର୍ମଳା ସେଠୀ, ଅଧ୍ୟକ୍ଷା,ପୌରପରିଷଦ, ପାରଳାଖେମୁଣ୍ଡି, ଶ୍ରୀ ଶଙ୍କର କେରକେଟା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି, ଶ୍ରୀ ପ୍ରଦୀପ ଜେନା, ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ଅନୁଷ୍ଠାନ ଗଜପତି ଓ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଏସ୍.ଗିରିଧାରୀ ପ୍ରମୁଖ ମଞ୍ଚାସିନ ଥିଲେ। ଆଜିର ଏହି ପବିତ୍ର ଗୁରୁଦିବସ ରେ ସମସ୍ତ ଅତିଥି ମାନେ କହିଥିଲେ ଯେ ସମସ୍ତ ଛାତ୍ରଛାତ୍ରୀ ଭବିଷ୍ୟତ ରେ ଜଣେ ଜଣେ ଭଲ ମଣିଷ ହେବା ଓ ଭଲ କାମ କରି ନିଜ ଜିଲ୍ଲା, ରାଜ୍ୟ ଓ ଦେଶର ନାମ ରଖିବାକୁ ଉପଦେଶ ଦେଇଥିଲେ। ପ୍ରାରମ୍ଭରେ ଜିଲ୍ଲାଜିଲ୍ଲା ଶିକ୍ଷା ଅଧିକାରୀ ଡ଼.ସାହୁ ପ୍ରାରମ୍ଭିକ ସୂଚନା ପ୍ରଦାନ କରି ଗୁରୁଦିବସ ପାଳନର ତାତ୍ପର୍ଯ୍ୟ ସଂପର୍କରେ ଅବଗତ କରାଇଥିଲେ। ଏହି ଅବସରରେ ଗଜପତି ଜିଲ୍ଲାରେ ୨୨ ଜଣଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କରାଯାଇଛି,ସେଥିମଧ୍ୟରୁ ୭ଜଣ ପ୍ରଥମିକ ଶିକ୍ଷକ,୧୪ ଜଣ ମାଧ୍ୟମିକ ଶିକ୍ଷକ ଓ ଜଣ ସିଆରସିସିଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ଵାରା ପୁରସ୍କାର ପ୍ରଦାନ କରାଯାଇଛି ।

ଏହି କାର୍ଯ୍ୟକ୍ରମରେ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଶ୍ରୀ ଏ.ରବି କୁମାର, ବିଭିନ୍ନ ବ୍ଲକ୍ ଶିକ୍ଷା ଅଧିକାରୀ ସମେତ ବିଭିନ୍ନ ବିଦ୍ୟାଳୟ ଶିକ୍ଷକ ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ ଓ ଅବସରପ୍ରାପ୍ତ ଶିକ୍ଷକ ଶିକ୍ଷୟତ୍ରୀ ଉତ୍ସବରେ ଉପସ୍ଥିତ ଥିଲେ।