June 18, 2026

ଉମରକୋଟ ଠାରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ବୋଇତ ବନ୍ଦାଣ କଲେ ଶ୍ରଦ୍ଧାଳୁ………..

IMG-20251105-WA0093
Share

 

ଉମରକୋଟ :-(ଏମ୍.ଦୀନା°ଶୁ ଆଚାରୀ) ପବିତ୍ର କାର୍ତ୍ତିକ ମାସର ଶେଷଦିନ କାର୍ତ୍ତିକ ପୂର୍ଣ୍ଣିମା ଏହି ଦିନ ବୋଇତ ବନ୍ଦାଣ ପରମ୍ପରା ରହିଛି। ଉତ୍କଳୀୟ ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଓଡ଼ିଶାର ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ ରାଜ୍ୟବ୍ୟାପୀ ଲୋକେ ଡଙ୍ଗା ଭସାଇଛନ୍ତି । ଏହି ଅବସରରେ ଉମରକୋଟ ଅଞ୍ଚଳରେ ସକାଳୁ ସକାଳୁ ବିଭିନ୍ନ ଜଳାଶୟରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ ପରିଲକ୍ଷିତ ହୋଇଥିଲା। ବିଭିନ୍ନ ପୁଷ୍କରିଣୀ, ନଦୀ ସବୁଠି ଆ କା ମା ବୈ , ପାନ ଗୁଆ ଥୋଇ, ପାନ ଗୁଆ ତୋର ମାସକ ଧରମ ମୋର ଗୀତ ଗାଇ ଡଙ୍ଗା ଭସାଇଛନ୍ତି। । ସୁରକ୍ଷା ପାଇଁ ବିଭିନ୍ନ ନଦୀ ଓ ପୁଷ୍କରଣୀ କୂଳରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା । ପୂର୍ବରୁ ବୋଇତ ଯାତ୍ରାରେ ଦୂର ଦେଶକୁ ଯାଉଥିଲେ ସାଧବ ପୁଅ । ସେମାନଙ୍କର ଗୌରବମୟ ଗାଥାର ସ୍ମତି ଚାରଣ କରି ଆଜି ବୋଇତ ବନ୍ଦାଣ ଉତ୍ସବ ପାଳିତ ହେଉଛି। କାର୍ତ୍ତିକ ପୂର୍ଣ୍ଣିମା ବା ବୋଇତ ବନ୍ଦାଣ କେବଳ ଏକ ଧାର୍ମିକ ପର୍ବ ନୁହେଁ, ଏହା ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟକୁ ପ୍ରତିଫଳିତ କରିଛି।

You may have missed