November 17, 2026

ମସିହାଖାଲିରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବାର୍ଷିକ ଉତ୍ସବ 

IMG-20230306-WA0025
Share

 

 

କୁକୁଡ଼ାଖଣ୍ତି ବ୍ଲକ୍ ଅନ୍ତର୍ଗତ ମସିହାଖାଲି ସରକାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଗଗନ ବିହାରୀ ବେହେରାଙ୍କ ସଭାପତିତ୍ବରେ ସୋମବାର ଦିନ ବିଦ୍ୟାଳୟ ପରିସରରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମସିହାଖାଲି ଗ୍ରାମ ପଞ୍ଚାୟତର ସରପଞ୍ଚ କାପଲ ବୁଲୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରି ପ୍ରଦୀପ ପ୍ରଜ୍ଵଳନ କରିଥିଲେ। ଏଥିରେ ମୁଖ୍ୟବକ୍ତା ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ନୃସିଂହ ଚରଣ ମିଶ୍ର ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ଅଭିଭାଷଣ ପ୍ରଦାନ କରିଥିଲେ। ଏହି ଅବସରରେ ୧୦ ନଂ ଜିଲ୍ଲା ପରିଷଦ ସଭ୍ୟା ଭାରତୀ ନାୟକ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ସରକାରୀ ବିଦ୍ୟାଳୟରେ ବର୍ତ୍ତମାନ ଗୁଣାତ୍ମକ ଶିକ୍ଷା ବ୍ୟବସ୍ଥା ଦ୍ୱାରା ବହୁ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଉଜ୍ବଳ ଘଟୁଛି କହିବା ସହ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ସରକାର ଯତ୍ନବାନ ରହିଥିବା ନିଜ ବକ୍ତବ୍ୟରେ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସିଆରସିସି ସୁଶାନ୍ତ କୁମାର ପାତ୍ର, ବିଦ୍ୟାଳୟର ପରିଚାଳନା କମିଟିର ସଭାପତି ଘନଶ୍ୟାମ ନନ୍ଦ ପ୍ରମୁଖ ମଞ୍ଚାସୀନ ଉପସ୍ଥିତ ଥିଲେ। ଏଥିରେ ଏମ୍ ମୀନକେତନ ଦୋରା ସ୍ୱାଗତ ସମ୍ବନ୍ଧିତ କରିଥିଲେ। ଏହି ବିଦ୍ୟାଳୟର ଜି ଦିଲ୍ଲୀପ କୁମାର ପାତ୍ର, ଅର୍ଚ୍ଚିନା କୁମାର ବେହେରା,

ସବିତା କୁମାରୀ ଦାସ, ଇନୁ ଦଳ ବେହେରା, ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କ ଉପସ୍ଥିତିରେ ଛାତ୍ର ଛାତ୍ରୀ ମାନଙ୍କୁ ଅତିଥି ମାନେଙ୍କ ଦ୍ଵାରା ପୁରସ୍କୃତ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମ ଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ରଙ୍ଗାରଙ୍ଗ ସାସ୍କୃତିକ ନୃତ୍ୟ ପରିବେଷଣ ହୋଇଥିଲା। ହେମନ୍ତ କୁମାର ସେଠୀ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ। କୁକୁଡ଼ାଖଣ୍ତି ରୁ ପି.କୃଷ୍ଣମୂର୍ତ୍ତିଙ୍କ ରିପୋର୍ଟ

You may have missed