April 23, 2026

ଗଜପତି:- ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

IMG-20260406-WA0039
Share

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ସଂଯୁକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନୀ ମାଝୀ , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁନୀଲ କାନ୍ତ ମହାନ୍ତି , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ଦୟାମୟ ପାଢ଼ୀ , ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ପ୍ରମୁଖ ଅଭିଯୋଗ ଶୁଣାଣୀ କରିଥିଲେ।

ଆଜିର ଏହି ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିର କାର୍ଯ୍ୟକ୍ରମରେ ମୋଟ-୬୦ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା-୪୯ ଗୋଟି ଏବଂ ଗ୍ରାମ ଭିତ୍ତିକ ସମସ୍ୟା – ୧୧ ଗୋଟି ଅଭିଯୋଗ ଆସିଥିଲା । ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଧେଶ ଦିଆ ଯାଇଥିଲା।

ଆଜିର ଏହି ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।

ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୋର ଚନ୍ଦ୍ର ପଟ୍ଟନାୟକ , ସ୍ଥାନୀୟ ତହସିଲଦାର ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

——————————————–

ଗଣେଶ କୁମାର ରାଜୁ

ପାରଳାଖେମୁଣ୍ଡି(ଗଜପତି)

——————————————–

You may have missed