April 25, 2026

ପୁରୀ ଶ୍ରୀଜଗନ୍ନାଥ ବିମାନ ବନ୍ଦରକୁ କେନ୍ଦ୍ର ସରକାରଙ୍କ ଅନୁମୋଦନ …

IMG_20250506_191938
Share

 

 

1,164 ଏକର ଜମିରେ, 5,631 କୋଟି ଟଙ୍କା ବିନିଯୋଗରେ ବିକଶିତ ହେବ

 

3ଟି ପର୍ଯ୍ୟାୟରେ ନିର୍ମାଣ ହେବ

 

ସମ୍ପୂର୍ଣ୍ଣ ହେବା ପରେ ବର୍ଷକୁ 46 ଲକ୍ଷ ଯାତ୍ରୀଙ୍କ ବିମାନ ଯାତାୟତ ପାଇଁ ସୁବିଧା ପ୍ରଦାନ

 

 

 

ଭୁବନେଶ୍ୱର

06 May 2025

 

ଓଡିଶାରେ ପର୍ଯ୍ୟଟନ କ୍ଷେତ୍ରରେ ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ପୁରୀଠାରେ ଏକ ନୂତନ ଗ୍ରୀନଫିଲ୍ଡ ବିମାନ ବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାର ନୀତିଗତ ଅନୁମୋଦନ ପ୍ରଦାନ କରିଛନ୍ତି ।

 

ସୂଚନାଯୋଗ୍ୟ ଯେ, ଶ୍ରୀଜଗନ୍ନାଥ ବିମାନ ବନ୍ଦର ନାମରେ ନାମିତ ଏହି ମହତ୍ୱାକାଂକ୍ଷୀ ଭିତ୍ତିଭୂମି ପ୍ରକଳ୍ପଟି 5,631 କୋଟି ଟଙ୍କା ମୂଲ୍ୟରେ 1,164 ଏକର ଜମିରେ ବିକଶିତ ହେବ। ଏହି ନିର୍ମାଣ କାର୍ଯ୍ୟ 3ଟି ପର୍ଯ୍ୟାୟରେ ହେବାକୁ ଯାଉଥିବା ବେଳେ ଏହା ସମ୍ପୂର୍ଣ୍ଣ ହେବା ପରେ ବାର୍ଷିକ 46 ଲକ୍ଷ ଯାତ୍ରୀଙ୍କ ବିମାନ ଯାତାୟତ ପାଇଁ ସୁବିଧା ପ୍ରଦାନ କରିବ ।

 

ଏହି ବିମାନ ବନ୍ଦର ଦ୍ୱାରା ରାଜ୍ୟରେ ଆଞ୍ଚଳିକ ସଂଯୋଗୀକରଣ ବୃଦ୍ଧିହେବା ସହିତ ରାଜ୍ୟରେ ଆର୍ଥିକ ଅଭିବୃଦ୍ଧିକୁ ଏକ ନୂତନ ଗତି ମିଳିବ ଏବଂ ପବିତ୍ର ପୁରୀ ସହର ତୀର୍ଥ ଯାତ୍ରୀ ଓ ପର୍ଯ୍ୟଟକଙ୍କ ପାଇଁ ସୁଗମ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଶା ପ୍ରକାଶ କରିଛନ୍ତି ।

 

ଏଥିପାଇଁ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଶ୍ରୀ କେ. ରାମ ମୋହନ ନାଇଡୁଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି ।