May 14, 2026

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ବାଇକ ଚାଳକଙ୍କ ମୃତ୍ୟୁ

IMG-20260506-WA0033
Share

 

ଭବାନୀପାଟଣା (ଧୀରଜ ଆଚାର୍ଯ୍ୟ) କଳାହାଣ୍ଡି ଜିଲ୍ଲା, ନର୍ଲା ବ୍ଲକ ଅନ୍ତର୍ଗତ ରୁପ୍ରା ଗ୍ରାମରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଛି।ସୂଚନା ଅନୁଯାୟୀ, ଗତକାଲି ଅପରାହ୍ନ ସମୟରେ ରୁପ୍ରା ଗ୍ରାମର ସାନବାବୁ ନାଗ ନାମକ ଜଣେ ବ୍ୟକ୍ତି ନିଜ ବାଇକ (OD 08 M 5790) ରେ କୌଣସି କାର୍ଯ୍ୟରେ ଯାଉଥିବାବେଳେ, ସାମ୍ନା ପଟୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ (CG 15A 3420) ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ବାଇକ ଚାଳକ ଜଣକ ଘଟଣା ସ୍ଥଳରେ ମୃତ୍ୟୁବରଣ କରିଥିଲେ।ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇବା ସହ, ସ୍ଥାନୀୟ ଲୋକେ ମୃତକଙ୍କ ଶବକୁ ରାସ୍ତା ମଝିରେ ରଖି କ୍ଷତିପୁରଣ ଦାବିରେ ରାସ୍ତା ରୋକ କରିଥିଲେ। ଏହାପରେ ଏହି ଖବର ପୋଲିସ ପାଇବା ପରେ ଘଟଣା ସ୍ଥଳରେ ପହଞ୍ଚି ଉତ୍ତେଜିତ ଲୋକଙ୍କୁ ବୁଝାସୁଝା କରିବା ପରେ ମୃତଦେହ ଜବତ କରି ଶବ ବ୍ୟବଛେଦ ପାଇଁ ପଠାଇଥିବାବେଳେ, ଏନେଇ ଏକ ମାମଲା ୠଜ୍ଜୁ କରି ଘଟଣାର ଯାଞ୍ଚ ଆରମ୍ଭ କରିଦେଇଛି।