November 25, 2024
Share

*✧═════•❁❀❁•═════✧*
*🌷ମେଷ🌷👉 – ଆଜି ବ୍ୟାପାରରେ ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ | ପରିବାରରେ ମନୋମାଳିନ୍ୟ ଦେଖାଦେବ । ଆଧ୍ୟାତ୍ମିକ ଦିଗରେ ରୁଚି ବଢିବ | ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ |*
*✧═════•❁❀❁•═════✧*
*🌷ବୃଷ🌷👉 – ଆଜି ମିତ୍ରଙ୍କ ସହ ସାକ୍ଷାତ ହୋଇପାରେ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ପ୍ରଶଂସା ମିଳିପାରେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ | ପରିବାରରେ ସଦସ୍ୟଙ୍କ ସହ କୌଣସି ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି ।ସାମାଜିକ ପ୍ରତିଷ୍ଠା, ଯଶ କୀର୍ତ୍ତି ମିଳିପାରେ ।*
*✧═════•❁❀❁•═════✧*
*🌷ମିଥୁନ🌷👉 – ଆଜି ପରିବାରରେ ସୁଖ-ଶାନ୍ତିରେ ସମୟ କାଟିବେ ।ସ୍ବାସ୍ଥ୍ୟବାନ ରହିବା ସହ ଅର୍ଥପ୍ରାପ୍ତି ହେବ ।ଅଯଥା କଥାରେ ରାଗନ୍ତୁ ନାହିଁ;ନଚେତ ଅସୁବିଧା ହୋଇପାରେ | କର୍ମକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ମିଳିପାରେ ।ବ୍ୟାପାରରେ ପାର୍ଟନରଙ୍କ ସହଯୋଗ ଦ୍ୱାରା ନୂତନ ଯୋଜନାକୁ କାର୍ଯ୍ୟକାରୀ କରି ଲାଭ ମିଳିବ।*
*✧═════•❁❀❁•═════✧*
*🌷କର୍କଟ🌷👉 – ଆଜି ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଚିନ୍ତାବୃଦ୍ଧି କରିପାରେ । କଟୁବାକ୍ୟ କହିବାରୁ ନିକଟ ସମ୍ପର୍କୀୟଙ୍କ ସହ କଳହ ହୋଇପାରେ | ଅଯଥା ଖର୍ଚ୍ଚବୃଦ୍ଧି ଯୋଗୁଁ ଚିନ୍ତିତ ରହିବେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ନିନ୍ଦା ଅପବାଦ ମିଳିପାରେ | ବ୍ୟାପାରରେ ନୂତନ ନିବେଶରୁ ଦୂରେଇ ରୁହନ୍ତୁ |*
*✧═════•❁❀❁•═════✧*
*🌷ସିଂହ🌷👉 – ଆଜି ବ୍ୟାପାରରେ ଦିନଟି ମଧ୍ୟମ ରହିବ ।ପରିବାରରେ ମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହିବେ । ନିଜ ପ୍ରିୟଜନଙ୍କ ସହ କିଛି କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ | ଦୁଃସମ୍ବାଦମିଳିପାରେ ।କାର୍ଯ୍ୟକ୍ଷେତ୍ରରେ ଜରୁରୀ କାଗଜପତ୍ରରେ ଭୁଲ ହେବାରୁ ଚିନ୍ତିତ ରହିବେ |*
*✧═════•❁❀❁•═════✧*
*🌷କନ୍ୟା🌷👉 – ଆଜି ଶତ୍ରୁ ପରାଜୟ ହୋଇପାରେ | ବନ୍ଧୁଙ୍କ ସହ ଉତ୍ତମ ସମୟ ବିତେଇବେ | ଆଧ୍ୟାତ୍ମ୍ୟ ଦିଗରେ ସମୟ ନିୟୋଜିତ କରିବେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ କିଛି ନୂଆ ଯୋଜନା ପାଇଁ ବିଦେଶ ଯାତ୍ରା କରିବେ ।ବ୍ୟାପାରରେ ଲାଭବାନ ହେବେ ।ପରିବାରରେ ସୁଖରେ ସମୟ ବିତିବ।*
*✧═════•❁❀❁•═════✧*
*🌷ତୁଳା🌷👉 – ବନ୍ଧୁ ପରିଜନଙ୍କ ସହ ଉତ୍ତେଜିତ ହୋଇ ବାର୍ତ୍ତାଳାପ କରନ୍ତୁ ନାହିଁ | ଜିଦି ସ୍ଵଭାଵ ଯୋଗୁଁ କାର୍ଯ୍ୟ ବିଗିଡିଯାଇପାରେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ବାକବିତଣ୍ଡା ହୋଇପାରେ | ବ୍ୟାପାରରେ ହାନି ହୋଇପାରେ | ପରିବାରରେ ସଦସ୍ୟଙ୍କ ସହ ମନୋମାଳିନ୍ୟ ହୋଇପାରେ ।ଆଜି କୌଣସି ଜରୁରୀ ନିର୍ଣ୍ଣୟ ନିଅନ୍ତୁ ନାହିଁ ।*
*✧═════•❁❀❁•═════✧*
*🌷ବିଛା🌷👉 – ଆଜି ନିଜ ବନ୍ଧୁପରିଜନ ଠାରୁ ଉପହାର ମିଳିପାରେ | କୌଣସି ଶୁଭସମାଚାର ପାଇ ମନ ଉଲ୍ଲସିତ ହେବ | କାର୍ଯ୍ୟକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ଦ୍ୱାରା ନିଜ କାମ ସଫଳ ହେବ | ବ୍ୟବସାୟରେ ଉନ୍ନତି ଯୋଗୁଁ ମାନସିକ ଶାନ୍ତି ମିଳିପାରେ | ପରିବାରରେ ସୁଖ-ଆନନ୍ଦରେ ସମୟ ବିତିବା ସହ ଉତ୍ତମ ଭୋଜନ ମିଳିବ ।*
*✧═════•❁❀❁•═════✧*
*🌷ଧନୁ🌷👉 – ଆଜି ଶାରୀରିକ ଅସୁସ୍ଥତା ଯୋଗୁଁ ଧନଖର୍ଚ୍ଚ ହୋଇପାରେ | ବାକ-ସଂଯତ ରୁହନ୍ତୁ; ନଚେତ ବାଦବିବାଦ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ଅଳସୁଆମୀ ବୃଦ୍ଧି ହେତୁ ଉଚ୍ଚସ୍ଥଅଧିକାରୀଙ୍କ ଗାଳି ଶୁଣିବାକୁ ପଡିପାରେ | ବ୍ୟାପାରରେ ଦିନଟି ମଧ୍ୟମ ରହିବ | ପରିବାରରେ ତର୍କ-ବିତର୍କ ଯୋଗୁଁ କଳହ ଦେଖାଦେବ ।*
*✧═════•❁❀❁•═════✧*
*🌷ମକର🌷👉 – ଆଜି ସାମାଜିକ ମାନ-ସମ୍ମାନ ମିଳିପାରେ | ମିତ୍ରଙ୍କ ସହ ମନୋରଞ୍ଜନ ପାଇଁ ଭ୍ରମଣରେ ଯାଇପାରନ୍ତି | କାର୍ଯ୍ୟକ୍ଷେତ୍ରରେ କୌଣସି ମହିଳା ସହଯୋଗୀ ସାହାଯ୍ୟ କରିବେ | ବ୍ୟାପାରରେ ନୂତନ ନିବେଶ ଲାଭବାନ କରାଇବ | ପରିବାରରେ କୌଣସି ଶୁଭ କାର୍ଯ୍ୟ ଆୟୋଜନରେ ବ୍ୟସ୍ତ ରହିବେ |*
*✧═════•❁❀❁•═════✧*
*🌷କୁମ୍ଭ 🌷👉– ଆଜି ପ୍ରତି କ୍ଷେତ୍ରରେ ସୁଫଳ ମିଳିବା ସହ ଧନବୃଦ୍ଧି ହୋଇପାରେ | କୌଣସି ଦୀର୍ଘଦିନ ଧରି ଅଟକିଥିବା କାର୍ଯ୍ୟ ସମ୍ପୂର୍ଣ ହେବାରୁ ମନ ପ୍ରଫୁଲ୍ଲ ରହିବ | ଗୁରୁଜନଙ୍କ ଆଶୀର୍ବାଦ ମିଳିବ | କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ | ବ୍ୟାପାରରେ ନିବେଶ ଶୁଭ ରହିବ | ପରିବାରରେ ସୁଖ-ଆନନ୍ଦରେ ସମୟ କାଟିବେ |*
*✧═════•❁❀❁•═════✧*
*🌷ମୀନ🌷👉 – ଆଜି ଆଳସ୍ୟ ଓ ଥକ୍କା ଅନୁଭବ କରିବେ | ଜରୁରୀ କାର୍ଯ୍ୟ କିମ୍ୱା ନିର୍ଣୟ ନିଅନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ | ବ୍ୟାପାରରେ ବାଧା ଆସିପାରେ | ପରିବାରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଥା କଟାକଟି ହୋଇପାରେ |*

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.

You may have missed