March 12, 2026

ଆନ୍ଧ୍ର ପ୍ରଦେଶ ପଥର କୁଆଁରୀ ବିସ୍ପୋରଣରେ ପ୍ରାଣ ହରାଇଥିବା ଗଜପତି ଜିଲ୍ଲାର ୨ ପରିବାରକୁ ଭେଟିଲେ ବିଜେଡ଼ି ନେତା

IMG-20250806-WA0043
Share

 

 

ପାରଳାଖେମୁଣ୍ଡି:୬/୮(ଗରୁଡ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ୨ ଜଣ ଶ୍ରମିକ ଆନ୍ଧ୍ରର ଏକ ପଥର କୁଆଁରୀ ବିସ୍ପୋରଣରେ ମୃତ୍ୟୁବରଣ କରିଥିଲେ. ମୃତ୍ୟୁବରଣ ପରିବାରକୁ ସମବେଦନା ଜଣାଇବା ସହ ଆବଶ୍ୟକ ସରକାରୀ ସାହାର୍ଯ୍ୟ ଦାବି ନେଇ ଗଜପତି ଜିଲ୍ଲାର ବିଜେଡି ନେତାମାନେ ମୃତ ପରିବାରକୁ ଭେଟି ସରକାରଙ୍କୁ ଦାବି ଜଣାଇଛନ୍ତି. ଘଟଣାରୁ ପ୍ରକାଶ, ଗତ ୩ତାରିଖ ଦିନ ଆନ୍ଧ୍ରପ୍ରଦେଶର ଏକ ପଥର କୁଆଁରୀ ବିସ୍ପୋରଣ ସମୟରେ ୬ ଜଣଙ୍କ ମୃତ୍ୟୁ ଘଟିଥିଲା. ସେଥିମଧ୍ୟରୁ ଗଞ୍ଜାମ ଜିଲ୍ଲାର ୪ ଜଣ ଓ ଗଜପତି ଜିଲ୍ଲାର ୨ଜଣ ରହିଛନ୍ତି. ଉକ୍ତ ଖବର ପାଇ ପାରଳା ବିଧାୟକ ଇଂ ରୁପେଶ ପାଣିଗ୍ରାହୀ, ଜିଲ୍ଲା ବିଜେଡ଼ି ସଭାପତି ପ୍ରଦୀପ ନାୟକ, ମୋହନା ବ୍ଲକ ଅଧ୍ୟକ୍ଷ ରଞ୍ଜୀବ ଶବର, ଚନ୍ଦ୍ରଗିରି ଜୋନ ଜିଲ୍ଲା ପରିଷଦ ସଭ୍ୟ ସୁନିଲ ବିଷୋୟୀ ପ୍ରମୁଖ ଗଜପତି ଜିଲ୍ଲା ମୋହନା ବ୍ଳକର ଦୁଇ ମୃତକ ଭାସ୍କର ବିଷୋୟୀ ଓ ଟୁକୁନା ଦଳାଇଙ୍କ ମୃତ ପରିବାରଙ୍କ ଘରେ ପହଞ୍ଚି ସେମାନଙ୍କୁ ସାନ୍ତ୍ୱନା ଦେବା ସହ 2 ମୃତକଙ୍କ ଆତ୍ମାର ସଦଗତି କାମନା କରିଥିଲେ. ଏଥିସହ ଦୁଇ ପରିବାରକୁ ଆର୍ଥିକ ସହାୟତା ସହ ଆବଶ୍ୟକ ସମସ୍ତ ସୁବିଧା ସୁଯୋଗ ସରକାର ପ୍ରଦାନ କରନ୍ତୁ ବୋଲି ବିଜେଡିର ଏହି ନେତାମାନେ ଦାବି କରିଛନ୍ତି.ପାରଳା ବିଧାୟକ ରୂପେଶ ପାଣିଗ୍ରାହୀ ଦୁଇ ମୃତ ପରିବାରର ପିଲାମାନଙ୍କୁ ପାଠ ପଢିବା ବ୍ୟବସ୍ଥା କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ.