November 26, 2024

ମା ଝାଡେଶ୍ବରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଜାତୀୟ ସେବା ଯୋଜନା ସ୍ୱେଚ୍ଛାସେବୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

Share

ସମ୍ବଲପୁର, (ରାଜାରାମ ଷଡ଼ଙ୍ଗୀ):ମା ଝାଡେଶ୍ବରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ଜାତୀୟ ସେବା ଯୋଜନାର ସ୍ୱେଚ୍ଛାସେବୀମାନଙ୍କ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସଭାରେ ବିଦ୍ୟାଳୟର ଅଧ୍ୟକ୍ଷ ଅଶୋକ କୁମାର ପୁରୋହିତ ସଭାପତିତ୍ୱ କରିଥିବା ବେଳେ ପ୍ରଶିକ୍ଷକ ଭାବରେ ମହୁଲପାଲି ଡିଗ୍ରୀ ମହାବିଦ୍ୟାଲୟର ଶିକ୍ଷା ଅଧ୍ୟାପକ ତଥା ଜାତୀୟ ସେବା ଯୋଜନାର ସମ୍ବଲପୁର ଜିଲ୍ଲା କାର୍ଯ୍ୟକ୍ରମ ଅଧିକାରୀ ଶାନ୍ତନୁ ପ୍ରଧାନ ଯୋଗଦେଇ ସ୍ୱେଚ୍ଛାସେବୀଙ୍କୁ ପ୍ରଶିକ୍ଷଣ ଦେଇଥିଲେ।ଜାତୀୟ ସେବା ଯୋଜନା ର ଇତିହାସ, ଲକ୍ଷ୍ୟ ଓ ଉଦେଶ୍ୟ ତଥା ନିଜ କ୍ୟାରିଅର ଗଠନ ରେ ଏହାର ଉପାଦେୟତା ସମ୍ପର୍କରେ ବିଶଦ ଭାବରେ ଆଲୋଚନା କରିଥିଲେ। ଅଧ୍ୟାପକ ରବିନ୍ଦ୍ରନାରାୟଣ ଠାକୁର ସମ୍ମାନିତ ଅତିଥି ଭାବରେ ଯୋଗଦେଇଥିଲେ ଓ ଛାତ୍ର ଛାତ୍ରୀ ଙ୍କୁ ଉଷାହିତ କରିଥିଲେ।। ବିଦ୍ୟାଳୟର ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଅଧ୍ୟାପକ ବନୋଜ କୁମାର ସାହୁ ଅତିଥି ପରିଚୟ ସହ ପ୍ରାରମ୍ଭିକ ସୂଚନା ପ୍ରଦାନ ଓ ଧନ୍ୟବାଦ ଅର୍ପଣ କରିଥିଲେ। ଦିଲୀପ କୁମାର ମିଶ୍ର,ସୁଶ୍ରୀତ ଷଡଙ୍ଗୀ,ଚୈତନ୍ଯ ସେନାପତି, ପ୍ରମୋଦ ଲହରିଆ ପ୍ରମୁଖ କର୍ମଚାରୀ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.

You may have missed