July 6, 2024

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।*

Share

*ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।*
==============================
ପାରଳାଖେମଣ୍ଡି, ତା. ୦୬.୧୧.୨୦୨୩

ଗଜପତି ଜିଲ୍ଲା ସଦମହକୁମା ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ,ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ. କୁମାର ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌର ପରିଷଦର ସମେତ କେରାଣ୍ଡି, କତଳକଇଥା, ବାଘଶାଳ, ରାଣୀପେଣ୍ଠ ଓ ସିଧମାଡ଼ଙ୍ଗା ପଞ୍ଚାୟତର ସମୁଦାୟ ମୋଟ- ୩୭ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୨୬ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୧୧ ଗୋଟି ଓ ୫ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି ଏବଂ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଚାରି ଜଣଙ୍କୁ ୨୫ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ ପ୍ରଦାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା, ମୋ ଘର ଯୋଜନା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।

ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

You may have missed