ଜିଲ୍ଲାସ୍ତରୀୟ ପିଏମଶ୍ରୀ ଉତ୍ସବ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ
୦୭/୦୧/୨୦୨୬(ଗୁପ୍ତେଶ୍ୱର ରଥ କୋରାପୁଟ) ଗତ କାଲି ଜିଲ୍ଲାସ୍ତରୀୟ ପିଏମଶ୍ରୀ ଉତ୍ସବ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହ ଠାରେ ପ୍ରସ୍ତୁତି ବୈଠକ ଆୟୋଜନ କରାଯାଇଥିଲା। ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ପ୍ରାରମ୍ଭରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଅର୍ପିତା ପ୍ରଧାନ ପିଏମଶ୍ରୀ ଉତ୍ସବ ପାଳନ ଉପଲକ୍ଷେ ସବିଶେଷ ରିପୋର୍ଟ ଉପସ୍ଥାପନା କରିଥିଲେ। ଆସନ୍ତା ୧୫ ଓ ୧୬ ତାରିଖ ଦୁଇ ଦିନ ଧରି ପରବ ପଡିଆ ଠାରେ ଜିଲ୍ଲାସ୍ତରୀୟ ପିଏମଶ୍ରୀ ଉତ୍ସବ ପାଳନ କରାଯିବ ବୋଲି ସେ କହିଛନ୍ତି।ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ନାୟକ,ଅତିରିକ୍ତ ଏସପି ମନୋବ୍ରତା ଶତପଥି, ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ ଉପ ନିର୍ଦ୍ଦେଶକ ସୂର୍ଯ୍ୟକାନ୍ତ ବେହେରା,ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଚାମେଲି ମଜୁମଦାର, ଜିଲ୍ଲା ମଙ୍ଗଳ ଅଧିକାରୀ ସୁନୀଲ କୁମାର ତାଣ୍ଡିଙ୍କ ସହ ଅନ୍ୟାନ୍ୟ ଅଧିକାରୀ ମାନଙ୍କ ସହ ବିଭିନ୍ନ ଶିକ୍ଷାନୁଷ୍ଠାନର ଅଧିକାରୀ ମାନେ ଉପସ୍ଥିତ ଥିଲେ।
