ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ ..

କୋରାପୁଟ (ଗୁପ୍ତେଶ୍ୱର ରଥ) ସ୍ଥାନୀୟ ସଦଭାବନା ସଭାଗୃହ ଠାରେ ଜିଲ୍ଲାସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଉତ୍ସବ ପାଳନ ସଂପର୍କରେ ବିସ୍ତୃତ ଭାବରେ ଆଲୋଚନା କରାଯାଇଥିଲା।ବୈଠକରେ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ନାୟକ ଓ ଭକ୍ତବନ୍ଧୁ ଜନାର୍ଦ୍ଦନ ଦଳେଇ,କୋରାପୁଟ ପୌର ପରିଷଦ ନିର୍ବାହୀ ଅଧିକାରୀ ଜ୍ଞାନଜିତ ତ୍ରିପାଠୀ, କୋରାପୁଟ ଉପଖଣ୍ଡ ପୋଲିସ ଅଧିକାରୀ ସଂଜୟ କୁମାର ମଣ୍ଡଳ,ଜିଲ୍ଲା ମଙ୍ଗଳ ଅଧିକାରୀ ସୁନୀଲ କୁମାର ତାଣ୍ଡି, ଜିଲ୍ଲା ପରିବହନ ଅଧିକାରୀ ରାଜେଶ ମାରାଣ୍ଡିଙ୍କ ସହ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ମାନେ ଯୋଗ ଦେଇଥିଲେ।କୋରାପୁଟ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରାଧାରାଣୀ ସରକାର ବୈଠକ ପରିଚାଳନା କରିଥିଲେ।
