March 12, 2025

ନାହାଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ 

Share

 

 

ବେଲଗୁଣ୍ଠା, 07/03,ଗାଙ୍ଗପୁର ଥାନା ଅନ୍ତର୍ଗତ ନାହାଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଚଳିତ ବର୍ଷର ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି I ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଅର୍ଚ୍ଚନା ପରିଡ଼ାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବାଙ୍ଗରଡା ସରପଞ୍ଚ ରଞ୍ଜିତା ବିଶ୍ୱାଳ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ରୂପେ ନିମିନା ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ ଦୁର୍ଯ୍ୟୋଧନ ଦୋରା ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳନର ମହତ୍ତ୍ୱ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ I ସେହିପରି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ କେନ୍ଦୁପଦର ସିଆରସିସି ରଞ୍ଜିତା ପାତ୍ର, ପୂର୍ବତନ ସିଆରସିସି ନିରଞ୍ଜନ ପରିଡ଼ା,ବିଦ୍ୟାଧର ସାହୁ, ଘୋଡାପଡ଼ା ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ଜେନା ଏବଂ ଖୁକୁଣ୍ଡିଆ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଶିବରାମ ପରିଡ଼ା ମଞ୍ଚାସୀନ ରହି ବିଭିନ୍ନ କ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ I ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା I ଶିକ୍ଷକ ବଂଶୀଧର ପରିଡା, ଜିତେନ୍ଦ୍ର ସ୍ୱାଇଁ ଏବଂ ଶିକ୍ଷୟିତ୍ରୀ ବନ୍ଦନା ମହାରଣା କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ I

 

ଵେଲଗୁଣ୍ଟା,ରିପେର୍ଟର୍,ପଞ୍ଚାନନ,ସାହୁ