ତାଣ୍ଡବ ରଚିବ କାଳବୈଶାଖୀ, ଆଲର୍ଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର ( ଦେବାଶିଷ ଦାଶ )
ଆଭ୍ୟନ୍ତରୀଣ ଓ ଉପକୂଳରେ ପ୍ରବଳ ଗ୍ରୀଷ୍ମପ୍ରବାହ ଭିତରେ ବର୍ଷା ଆଣିବ ଆଶ୍ବସ୍ତି । ଆସନ୍ତା ଏପ୍ରିଲ୍ ୮ରୁ ୧୧ ତାରିଖ ପର୍ଯ୍ୟନ୍ତ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ୮ ତାରିଖ ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ବର, ଭଦ୍ରକ, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି ।
ଏହି ସମୟରେ ପବନର ବେଗ ୩୦ରୁ ୪୦ କିମି ରହିବ ।
ସେହିପରି ୯ ତାରିଖ ଦିନ ୧୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିରେ ବର୍ଷା ନେଇ ଆଲର୍ଟ କରାଯାଇଛି । ଏପ୍ରିଲ ୧୦ ତାରିଖରେ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଗତ ଦୁଇଦିନ ଧରି ରାଜ୍ୟର କିଛି ସ୍ଥାନରେ ତାପମାତ୍ରା ବୃଦ୍ଧି ଦେଖିବାକୁ ମିଳିଛି । ୪୦ ଡିଗ୍ରୀ ଉପରେ ୩ ସହର ରହିଥିବା ବେଳେ ୭ସହରର ତାମପାତ୍ରା ୩୯ ଡିଗ୍ରୀ ଉପରେ ରହିଥିଲା । ଟିଟିଲାଗଡ଼ରେ ସର୍ବାଧିକ ୪୦.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ସୋନପୁରରେ ୪୦.୧ ଓ ବୌଦ୍ଧ ୪୦ ଡିଗ୍ରୀ ରେକର୍ଡ କରାଯାଇଛି । ଆଜି(ରବିବାର) ଓ ଆସନ୍ତାକାଲି(ସୋମବାର) ମଧ୍ୟ ଗ୍ରୀଷ୍ମ ପ୍ରବାହର ପ୍ରଭାବ ଜାରି ରହିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।