April 8, 2025

ଗୋଲିଆ ନୂଆସାହି ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ 

Share

 

ବୁଗୁଡ଼ା :ତା ୦୭/୦୪/୨୫ : ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧିନସ୍ଥ ଗୋଲିଆ ନୂଆସାହି ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ସ୍ବପରିସରରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷୟିତ୍ରୀ ରାଜଲକ୍ଷ୍ମୀ ଶତପଥିଙ୍କ ପୌରୋହିତ୍ଯରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ସିଆରସିସି ସୁନିତା ପାଣିଗ୍ରାହୀ ଓ ସମ୍ମାନିତ ଅତିଥି ଭାବେ ପ୍ରାକ୍ତନ ଏସଏମସି ସଭାପତି ସିମାଞ୍ଚଳ ଜେନା, କୁଆଁନଳା ସ୍କୁଲ ପ୍ରଧାନ ଶିକ୍ଷକ ଶଙ୍କର୍ଷଣ ନାହାକ , ଅଙ୍ଗନୱାଡି କର୍ମୀ ବର୍ଷା ବିଶ୍ବାଳ, ଆଶାକର୍ମୀ ଝୁନୁ ମହାରଣା ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିଥିଲେ। ଏ ଅବସରରେ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଏଥି ସହ ଆୟୋଜିତ ଆମ ସଂସ୍କୃତି ଆମ ଖେଳନା କାର୍ଯ୍ୟକ୍ରମ କାଳରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ପ୍ରସ୍ତୁତ ବିଭିନ୍ନ ଶିକ୍ଷଣ ସାମଗ୍ରୀ ପ୍ରଦର୍ଶିତ ହୋଇଥିଲା। ଏହି ଉତ୍ସବର ପ୍ରାରମ୍ଭରେ ଶିକ୍ଷୟିତ୍ରୀ ପ୍ରତିମା ସେଠୀ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ପରିଶେଷରେ ଶିକ୍ଷକ ଏସ୍.ଭେଙ୍କଟେଶ୍ବର ଦୋରା ଧନ୍ୟବାଦ ଅର୍ପଣ କରିଥିଲେ।