November 26, 2024

ଗଜପତି ଜିଲ୍ଲାରେ ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ।

Share

 

ଗଜପତି ଜିଲ୍ଲା ସଦରମହକୁମା ପାରଳଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଜିଲ୍ଲାସ୍ତରୀୟ “ସୁଭଦ୍ରା ସଚେତନତା ରଥ” କୁ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଆନୁଷ୍ଠାନିକ ଭାବେ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଡ଼ଃ ଗୁଣନିଧି ନାୟକ , ପାରଳା ପୌରପରିଷଦ ନିର୍ବାହୀ ଅଧିକାରୀ ଶ୍ରୀ ଗୌରଚନ୍ଦ୍ର ପଟ୍ଟନାୟକ , ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ମନୋରମା ଦେବୀଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ଏହି ସଚେତନତା ରଥ ଜିଲ୍ଲାରେ ଆଜି ଠାରୁ ୧୭ ସେପ୍ଟେମ୍ବର ପର୍ଯ୍ୟନ୍ତ ସମସ୍ତ ଗ୍ରାମ ପଞ୍ଚାୟତ , ବ୍ଲକ୍ ଓ ପୌରାଞ୍ଚଳରେ ସୁଭଦ୍ରା ଯୋଜନାରେ ସାମିଲ ହେବାକୁ ଥିବା ଯୋଗ୍ୟ ହିତାଧିକାରୀଙ୍କ ସୂଚନା ପ୍ରଦାନ କରିବା ସହିତ ସଚେତନତା ସୃଷ୍ଟି କରାଯିବ।

ଏହି ଅବସରରେ ଜିଲ୍ଲାପାଳ କହିଥିଲେ ଯେ , ସୁଭଦ୍ରା ଯୋଜନାରେ ଅବେଦନ କରିବା ପାଇଁ କୌଣସି ସମୟସୀମା ନାହିଁ , ଏଣୁ ହିତାଧିକାରୀ ବ୍ୟତିବ୍ୟସ୍ତ ନ ହୋଇ ଆରାମରେ ପଞ୍ଜିକରଣ କରିବାକୁ କହିଥିଲେ। ଏହି ଯୋଜନାରେ ଆଧାର ଓ ମୋବାଇଲ୍ ନମ୍ବର ଲିଙ୍କ ବଧ୍ୟତା ମୂଳକ ନୁହେଁ ଓ ଲିଙ୍କ କରିବା ପାଇଁ କୌଣସି ସ୍ଥାନକୁ ଯିବା ଆବଶ୍ୟକ ନାହିଁ ବୋଲି ଜିଲ୍ଲାପାଳ କହିଥିଲେ। ଏଥି ନିମନ୍ତେ ସମସ୍ତ ଙ୍କୁ ସଚେତନତା କରିବାକୁ ମଧ୍ଯ ପରାମର୍ଶ ଦେଇଛନ୍ତି।

ଯୋଗ୍ୟ ହିତାଧିକାରୀ ମାନେ ଆବେଦନ କରିବା ପାଇଁ ତା.୦୧.୦୭.୨୦୨୪ ସୁଦ୍ଧା ମହିଳାଙ୍କ ବୟସ ୨୧ ବର୍ଷ କିମ୍ବା ତା’ଠାରୁ ଅଧିକ ଏଵଂ ୬୦ ବର୍ଷରୁ କମ୍ ହେବା ଆବଶ୍ୟକ। ସେହିପରି ପ୍ରତିବର୍ଷ ଏହାର ପ୍ରଥମ କିସ୍ତି ରାକ୍ଷୀ ପୂର୍ଣ୍ଣିମା ଏଵଂ ଦ୍ୱିତୀୟ କିସ୍ତି ଅନ୍ତର୍ଜାତୀୟ ମହିଳା ଦିବସ ମାର୍ଚ୍ଚ ୮ ତାରିଖରେ ପ୍ରଦାନ କରାଯିବ। ବାର୍ଷିକ ୧୦ ହଜାର ଟଙ୍କାକୁ ୫ ହଜାର ଟଙ୍କା ଲେଖାଏଁ ଦୁଇଟି କିସ୍ତିରେ ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯିବ ,ଏଥିନିମନ୍ତେ ସମସ୍ତ ହିତାଧିକାରୀଙ୍କୁ ଏକ ସୁଭଦ୍ରା କାର୍ଡ ପ୍ରଦାନ କରାଯିବ। ଯୋଗ୍ୟ ହିତାଧିକାରୀ ମାନେ ସ୍ଥାନୀୟ ଅଙ୍ଗନୱାଡି କେନ୍ଦ୍ର , ବ୍ଲକ୍ କାର୍ଯ୍ୟାଳୟ , ପୌରାଞ୍ଚଳ କାର୍ଯ୍ୟଳୟ , ମୋ ସେବା କେନ୍ଦ୍ର ଓ ଜନ ସେବା କେନ୍ଦ୍ର ଇତ୍ୟାଦିରେ ମାଗଣାରେ ଉପଲବ୍ଧ ଫର୍ମ ପୂରଣ କରି ଜନସେବା କେନ୍ଦ୍ର ଓ ମୋ ସେବା କେନ୍ଦ୍ରରେ ଯାଇ ଆବେଦନ କରିପାରିବେ ବୋଲି କହିଥିଲେ ।।

ସେହିପରି ସୁଭଦ୍ରା ଯୋଜନାରେ ସାମିଲ ଓ ପଞ୍ଜୀକୃତ ପାଇ ଅଧିକ ସୂଚନା ଜାଣିବା ପାଇଁ ଦେୟମୁକ୍ତ ସହାୟତା ହେଲଫ ଲାଇନ୍ ନମ୍ବର ୧୪୬୭୮ ରେ ଯୋଗାଯୋଗ କରି ସୂଚନା ପାଇପାରିବେ ବୋଲି କୁହାଯାଇଛି ।।

ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରକଳ୍ପ ସଂଯୋଜକ ମିଶନ ଶକ୍ତି ଶ୍ରୀ ଟିମନ ବାରା , ଜିଲ୍ଲା ସାମାଜିକ ମଙ୍ଗଳ ବିଭାଗର ପ୍ରୋଗ୍ରାମ ଅଫିସର ଶ୍ରୀମତୀ ସାରଳା ପାତ୍ର ସମେତ ବିଭିନ୍ନ ସ୍ଵଂୟ ସହାୟିକା ଗୋଷ୍ଠୀର ସଦସ୍ୟା , ସ୍କାଛସାଥି , ଏମବିକେ: , ସିଆରପି: ଅଙ୍ଗନବାଡି କର୍ମୀ ଓ ସୂପରଭାଇଜର , ସି ଏବଂ ବିଭିନ୍ନ ବିଭାଗୀୟ ଅଧିକାରୀ ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ।

———————————————

ଗଣେଶ କୁମାର ରାଜୁ

ପାରଳାଖେମୁଣ୍ଡି (ଗଜପତି)

———————————————

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.