November 26, 2024

ପଂଚାୟତ ସମିତି ଅଧ୍ୟକ୍ଷଙ୍କ ବିୟୋଗରେ ଆଳୀୟ ଖଣ୍ଡାୟତ ସମାଜ ପକ୍ଷରୁ ଶୋକ

Share

 

ବେଲଗୁଣ୍ଠା, 07/09,ବେଲଗୁଣ୍ଠା ପଞ୍ଚାୟତ ସମିତି ଅଧ୍ୟକ୍ଷ ତଥା ବିଶିଷ୍ଟ ସଂଗଠକ, ସମାଜସେବୀ ପ୍ରଶାନ୍ତ କୁମାର ନାୟକଙ୍କ ଅକାଳ ବିୟୋଗରେ ନେଟଙ୍ଗା ମଣ୍ଡଳର ନିଖିଳ ଉତ୍କଳ ଆଳୀୟ ଖଣ୍ଡାୟତ ସମାଜ ତରଫରୁ ଗଭୀର ଶୋକ ପ୍ରକାଶ କରାଯାଇଛି I ସମାଜର କେନ୍ଦ୍ର ସଭାପତି ପ୍ରହ୍ଲାଦ କୁମାର ଲେଙ୍କା,ନେଟଙ୍ଗା ମଣ୍ଡଳ ସଭାପତି ଦିବ୍ୟ ଲୋଚନ ବିଶ୍ୱାଳ, ସମ୍ପାଦକ କୃଷ୍ଣ ଚନ୍ଦ୍ର ସ୍ୱାଇଁ,ସହସମ୍ପାଦକ ରଙ୍କନିଧି ସ୍ୱାଇଁ, କୋଷାଧ୍ୟକ୍ଷ କୁନା ପରିଡ଼ା ପ୍ରମୁଖ ଗଭୀର ଶୋକ ପ୍ରକାଶ କରିବା ସହିତ ଶ୍ରୀ ନାୟକଙ୍କ ଅକାଳ ବିୟୋଗ ଆଳୀୟ ଖଣ୍ଡାୟତ ସମାଜ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ପ୍ରକାଶ କରିଥିଲେ I ସ୍ଵର୍ଗତ ନାୟକ ଆଳୀୟ କୂଳର ଜଣେ ପ୍ରତିଭା ସମ୍ପନ୍ନ ବ୍ୟକ୍ତିତ୍ୱ ଏବଂ କୂଳର କେନ୍ଦ୍ର ସଦସ୍ୟ ଥିଲେ I ତାଙ୍କର ଅକାଳ ବିୟୋଗରେ ସମସ୍ତେ ଆଜି ମର୍ମାହତ ବୋଲି ପ୍ରକାଶ କରିବା ସହ ସ୍ଵର୍ଗତ ନାୟକଙ୍କ ମର ଶରୀରକୁ କୂଳ ପତାକା ପ୍ରଦାନ ପୂର୍ବକ ସମ୍ମାନ ଜଣାଇଥିଲେ କୂଳାଧୀପତି I

 

ଵେଲଗୁଣ୍ଟା, ରିପୋର୍ଟ ପଞ୍ଚାନନ, ସାହୁ

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.